ଜିଏସଟି କ୍ଷତିପୂରଣ ବାବଦରେ ରାଜ୍ୟଗୁଡିକୁ ମିଳିଲା ୧,୬୫,୩୦୨ କୋଟି ଟଙ୍କା ; ଓଡିଶାକୁ ୫୧୨୨କୋଟି

ନୂଆଦିଲ୍ଲୀ : କେନ୍ଦ୍ର ସରକାର ନିକଟରେ କେବଳ ମାର୍ଚ୍ଚ ମାସ ପାଇଁ ବସ୍ତୁ ଓ ସେବା କର(ଜିଏସଟି) କ୍ଷତିପୂରଣ ବାବଦକୁ ୧୩,୮୦୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାକୁ ମିଶାଇ ୨୦୧୯-୨୦ ଆର୍ଥିକ ବର୍ଷରେ ରାଜ୍ୟଗୁଡିକୁ କ୍ଷତିପୂରଣ ବାବଦ ସମସ୍ତ ଅର୍ଥ ପଇଠ କରାଯାଇଛି। ଏହି ଅବଧି ମଧ୍ୟରେ ମୋଟ କ୍ଷତିପୂରଣ ବାବଦକୁ ୧,୬୫,୩୦୨ କୋଟି ଟଙ୍କା ପ୍ରଦାନ କରାଯାଇଥିଲେ ମଧ୍ୟ ଏହି ସମୟ ମଧ୍ୟରେ ୯୫,୪୪୪ କୋଟି ଟଙ୍କା ସଂଗୃହିତ ହୋଇଛି।

୨୦୧୯-୨୦ ଆର୍ଥିକ ବର୍ଷର କ୍ଷତିପୂରଣ ପଇଠ କରିବା ବେଳେ ୨୦୧୭-୧୮ ଏବଂ ୨୦୧୮-୧୯ ଆର୍ଥିକ ବର୍ଷର ବଳକା ଥିବା ଅର୍ଥକୁ ମଧ୍ୟ ହିସାବକୁ ନିଆଯାଇଛି। ଏହାଛଡା କେନ୍ଦ୍ର ୩୩,୪୧୨ କୋଟି ଟଙ୍କା ଦେଶର ଅନାବଦ୍ଧ ପାଣ୍ଠିରୁ ମଧ୍ୟ ପ୍ରଦାନ କରାଯାଇଛି। ଏଥିରେ ଓଡିଶାକୁ ୫୧୨୨କୋଟି ମିଳିଛି

Comments are closed.