ଗୁଜରାଟରେ ରାସାୟନିକ କାରଖାନାରେ ବିସ୍ଫୋରଣ ; ୨ ମୃତ, ୧୫ ଆହତ

ଗୁଜରାଟ : ଆଜି ସକାଳେ ଗୁଜରାଟର ପଞ୍ଚମହଲ ଜିଲ୍ଲାରେ ଏକ ବଡ଼ ଅଘଟଣ ଘଟିଛି। ଏଠାରେ ଥିବା ଏକ ରାସାୟନିକ କାରଖାନାରେ ବଡ଼ ଧରଣର ବିସ୍ଫୋରଣ ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। କିଛି ଆହତଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ଜଣାପଡିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ବିଷୟରେ ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ବିସ୍ଫୋରଣର ଶବ୍ଦ ଏତେ ଶକ୍ତିଶାଳୀ ଥିଲା ଯେ ଏହାକୁ ଅନେକ କିଲୋମିଟର ଦୂରରେ ଶୁଣିବାକୁ ମିଳିଥିଲା।ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର କାରଣ ଜଣାପଡିନାହିଁ।
ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣା ସକାଳ ୧୦ ଟାରେ ଘଟିଛି। କାରଖାନାରେ ବିସ୍ଫୋରଣରେ ନିଆଁ ଲାଗି ୨ ଜଣଙ୍କର ମୃତ୍ୟୁ ସହ ଅନ୍ୟମାନେ ଆହତ ହୋଇଥିଲେ। ସେହି ସ୍ଥାନରେ ଫସି ରହିଥିବା ଅନ୍ୟ ଲୋକଙ୍କୁ ଉଦ୍ଧାର କରାଯିବା ସହ ବର୍ତ୍ତମାନ ନିଆଁକୁ ଆୟତ୍ତ କରାଯାଇଛି।

 

Comments are closed.