କରୋନା ପରୀକ୍ଷା ପରେ ହୋମ କ୍ବାରେଣ୍ଟାଇନରେ ରହିଲେ ଗୁଜରାଟ ମୁଖ୍ୟମନ୍ତ୍ରୀ

ଗାନ୍ଧୀନଗର: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କର କରୋନା ପରୀକ୍ଷା କରାଯାଇଛି। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସୁସ୍ଥ ଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। କିନ୍ତୁ ମୁଖ୍ୟମନ୍ତ୍ରୀ ହୋମ କ୍ବାରେଣ୍ଟାଇନରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଏଣିକି ସେ ୧୪ ଦିନ ପର୍ଯ୍ୟନ୍ତ ଘରେ ରହି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମସ୍ତ କାର୍ଯ୍ୟ ତଦାରଖ କରିବେ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲ ଓ କଂଗ୍ରେସ ବିଧାୟକ ଇମରାନ ଖେଡ଼ାୱାଲାଙ୍କ ସହିତ ବୈଠକରେ ସାମିଲ ହୋଇଥିଲେ। ଗତ ମଙ୍ଗଳବାର ଇମ୍ରାନ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହା ପରେ ବୁଧବାର ମୁଖ୍ୟମନ୍ତ୍ରୀଙ୍କ କରୋନା ପରୀକ୍ଷା କରାଯାଇଥିଲା।

Comments are closed.