ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ

ଭୁବନେଶ୍ଵର : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ଗୁରୁପଦ ନନ୍ଦ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ । ୧୯୮୦ରେ କଂଗ୍ରେସରୁ  ଟିକେଟ୍‌ ପାଇ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ କଟକ ଜିଲ୍ଲା କଂଗ୍ରେସର ସଭାପତି ଥିଲେ।

Comments are closed.