ଜାଣନ୍ତୁ, ଖାଲି ପେଟରେ ଖାଇବେ କେଉଁ ଖାଦ୍ୟ

0

ଖାଦ୍ୟ ସର୍ବଦା ସଠିକ ସମୟରେ ଖାଇବା ଉଚିତ। ଠିକ୍‍ ସମୟରେ ଠିକ ଭାବେ ଉପଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ଏହା ଆମ ଶରୀର ପାଇଁ ଲାଭଦାୟକ ହୋଇଥାଏ। ତେବେ ଆସନ୍ତୁ ଜାଣିବା ଖାଲି ପେଟରେ କେଉଁ ଖାଦ୍ୟ ଖାଇଲେ, ଏହା ଆମ ଶରୀର ପାଇଁ ହିତକାର ଅଟେ।


ଗଜାମୁଗ ବା ଗଜାବୁଟ – ଏଥିରେ ଅଧିକ ପରିମାଣରେ ପ୍ରୋଟିନ, କ୍ୟାଲସିୟମ ଆଦି ରହିଛି। ଏହାକୁ ସକାଳେ ଦାନ୍ତ ଘଷିବା ପରେ ଖାଲି ପେଟରେ ଖାଇବା ଦ୍ୱାରା ଏହା ସ୍ୱାସ୍ଥ୍ୟ ପାଇଁ ଲାଭ ଦାୟକ ଅଟେ। ଏହା ହାଡ଼କୁ ସୁସ୍ଥ ରଖେ ଓ ହାଡ ଜନିତ ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ।


ମହୁ – ଖାଲି ପେଟରେ ଏକ ଗ୍ଲାସରେ ପାଣିରେ ଏକ ଚାମଚ ମହୁ ମିଶାଇ ଖାଇଲେ ଏହା ଆମ ଶରୀରର ଖୁବ୍‍ ଉପକାର କରିଥାଏ। ଥଣ୍ଡା କାଶ ଜନିତ ସମସ୍ୟା ଦୂର ହୋଇଥାଏ। ଏକ ଗ୍ଲାସ ପାଣିରେ ସାମାନ୍ୟ ଲେମ୍ବୁ ସହ ମହୁ ମିଶାଇ ପିଇବା ଦ୍ୱାରା ମୋଟା ପଣ ମଧ୍ୟ ଦୂର ହୋଇଥାଏ।


ରୁଟି – ଅଟାରେ ରୁଟି ପ୍ରସ୍ତୁତ ହୋଇଥିବାରୁ ଏହାକୁ ମଧ୍ୟ ଖାଲି ପେଟରେ ଖାଇ ପାରିବା। ଏହା ଦ୍ୱାରା ଶରୀର ସୁସ୍ଥ ରହିବା ସହ ହଜମ କ୍ରିୟାକୁ ମଧ୍ୟ ସଠିକ୍‍ ରଖିଥାଏ।


କାଜୁ, ପେସ୍ତା ବାଦାମ, ବାଦାମ – ଏହାକୁ ରାତିରେ ପାଣିରେ ଭିଜାଇ ସକାଳେ ଖାଲି ପେଟରେ ଖାଇବା ଦ୍ୱାରା ମଧ୍ୟ ଶରୀରର ବହୁ ଉପକାର ମିଳିଥାଏ। ଏହା ଦ୍ୱାରା ଆମର ସ୍ମରଣ ଶକ୍ତି ମଧ୍ୟ ବୃଦ୍ଧି ହୋଇଥାଏ।


ତରଭୁଜ – ଏଥିରେ ଅଧିକ ଜଳୀୟଅଂଶ ଥାଏ। ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ପେଟକୁ ଥଣ୍ଡା ରଖିଥାଏ ଓ ଶରୀରକୁ ସୁସ୍ଥ ରଖିବା ସହ ବିଭିନ୍ନ ରୋଗରୁ ରକ୍ଷା କରିଥାଏ।


ବ୍ରାଉନ ବ୍ରେଡ଼ – ଏହା ଅଟାରେ ପ୍ରସ୍ତୁତ ହୋଇଥିବାରୁ , ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ଶରୀରକୁ ବହୁ ଭିଟାମିନ ଯୋଗାଇଥାଏ।

Leave A Reply