କରୋନା ଟିକାକରଣରେ ୧୮୩ ଘରୋଇ ହସ୍ପିଟାଲ ବାଦ୍ ପଡିଯିବା ଆଶଙ୍କା

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚାଲିଥିବା ୧୮୩ ହସ୍ପିଟାଲକୁ ସାମିଲ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

ଭୁବନେଶ୍ବର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କୋଭିଡ୍ ଟୀକାକରଣ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବରାଜେଶ ଭୂଷଣଙ୍କୁ ଚିଠି ଲେଖିଛନ୍ତି। ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲରେ ଟିକାକରଣ ହେବାକୁ ଥିବାରୁ ରାଜ୍ୟର ୧୮୩ ଘରୋଇ ହସ୍ପିଟାଲ ବାଦ୍ ପଡିଯିବା ଆଶଙ୍କା ରହିଛି। ତେଣୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚାଲିଥିବା ୧୮୩ ହସ୍ପିଟାଲକୁ ସାମିଲ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କେନ୍ଦ୍ର ସ୍ୱାସ୍ଥ୍ୟ ସଚିବରାଜେଶ ଭୂଷଣଙ୍କୁ ଚିଠି ଲେଖିଛନ୍ତି।


ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିବାରୁ ଓଡ଼ିଶାରେ ଘରୋଇ ହସ୍ପିଟାଲଗୁଡିକରେ କରୋନା ଟିକାକରଣ ନେଇ ସମସ୍ୟା ଦେଖାଦେଇଛି । ଏଠାରେ ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ୟ୍ୟକାରୀ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ବିଏସକେୱାଇରେ ସାମିଲ ୧୮୩ ଘରୋଇ ହସ୍ପିଟାଲରେ କରୋନା ଟିକାକରଣ ପାଇଁ ଅନୁମତି ଦେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି। କରୋନା ଟିକାକରଣ ପାଇଁ କେନ୍ଦ୍ର ସରକାରଙ୍କ ତାଲିକା ଅନୁଯାୟୀ ଆୟୁଷ୍ମାନ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲଗୁଡିକରେ କରୋନା ଟିକାକେନ୍ଦ୍ର କରିବାକୁ କୁହାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।

Representational Image, Photo : iStock

ଅପରପକ୍ଷରେ ମାର୍ଚ୍ଚ ପହିଲାରୁ ସାରାଦେଶରେ ଦ୍ୱିତୀୟ ପର୍ୟ୍ୟାୟ ଟିକାକରଣ ଆରମ୍ଭ ହେଉଛି । ଏଥିରେ ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣା ଟିକା ଦିଆଯିବ। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ବହୁମୁଖୀ ସ୍ୱାସ୍ଥ୍ୟ ସମସ୍ୟା ଥିବା ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ମାଗଣା ଟିକା ଯୋଗାଇ ଦିଆଯିବ। ଦ୍ୱିତୀୟ ପର୍ୟ୍ୟାୟ ଟିକାକରଣ ପାଇଁ ୧୦ ହଜାର ସରକାରୀ ଟିକାକରଣ କେନ୍ଦ୍ର ଏବଂ ୨୦ ହଜାର ଘରୋଇ ଟିକାକରଣ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ସରକାରୀ ଟିକାକରଣ କେନ୍ଦ୍ରରେ ମାଗଣା ଟିକା ଦିଆଯିବାକୁ ଥିବାବେଳେ ଘରୋଇ ଟିକାକରଣ କେନ୍ଦ୍ରରେ ଟିକା ନେବାକୁ ହେଲେ ଏଥିପାଇଁ କିଛି ଟଙ୍କା ଦେବାକୁ ପଡ଼ିବ। ତେବେ ଘରୋଇ ଟିକାକରଣ ପାଇଁ କେତେ ଟଙ୍କା ନିଆଯିବ ତାହା ଧାର୍ଯ୍ୟ କରାଯାଇନାହିଁ ଏବଂ ଏହା ଖୁବ୍‌ ଶୀଘ୍ର ଘୋଷଣା କରାଯିବ ବୋଲି ଜଣାପଡ଼ିଛି।

Comments are closed.