ମଙ୍କିପକ୍ସ୍ ତଥା କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ : ସ୍ୱାସ୍ଥ୍ୟମନ୍ତ୍ରୀ

ସମ୍ବଲପୁର : ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି, ମଙ୍କି ପକ୍ସ୍ ତଥା କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ରବିବାର ସନ୍ଧ୍ୟାରେ ସ୍ୱାସ୍ଥ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଏହି ସୂଚନା ଦେଇଛନ୍ତି । ମଙ୍କି ପକ୍ସର ପରୀକ୍ଷଣ ପାଇଁ  ICMR କୁ କେନ୍ଦ୍ର ସରକାର କିଟ୍ ଯୋଗେଇ ଦିଅନ୍ତୁ ଓ ଅନୁମତି ପ୍ରଦାନ କରନ୍ତୁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖୁଥିବା ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାସ ସୂଚନା ଦେଇଛନ୍ତି। ଏହା ସହ କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସେ ସୂଚନା ଦେଇଛନ୍ତି । ଦିନକୁ ଦିନ କୋଭିଡ  ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେ ମଙ୍କିପକ୍ସ ପାଇଁ ଦେଶରେ ସତର୍କତା ଅବଲମ୍ବନ କରାଯାଉଛି। ସେଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ମଧ୍ୟ ସମସ୍ତ ପ୍ରକାର ପ୍ରତିଷେଧକ ମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ମନ୍ତ୍ରୀ କହିଛନ୍ତି। କୋଭିଡ ଏବଂ ମଂକିପକ୍ସ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଥିବା ବେଳେ ବିଦେଶରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ ବିଶେଷ ଧ୍ୟାନ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

Comments are closed.