ଆବପାତର ରୂପ ନେଲା ଲଘୁଚାପ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର:   ଓଡିଶା ଉପକୂଳର ଉତ୍ତର ପଶ୍ଚିମ ଦିଗରରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି । ଆସନ୍ତା  ୨୪ ଘଣ୍ଟା ମଧ୍ୟରେ ଏହା  ପଶ୍ଚିମ  ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହି କାରଣରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ପ୍ରଭାବ ବୃଦ୍ଧି ପାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇଛି । ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।  ଗତ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲାର ଲାଞ୍ଜିଗଡରେ ସର୍ବଧିକ ବର୍ଷା ରେକର୍ଡ କରାଯାଇଛି । ଲାଞ୍ଜିଗଡରେ ୨୮୦ ଏମ୍‌ଏମ୍‌ ବର୍ଷା ହୋଇଥିବା ବେଳେ  , ଭବାନାପାଟଣାରେ ୨୨୦ ଏମ୍‌ଏମ୍‌ବର୍ଷା ହୋଇଛି ।  ରାୟଗଡା ଓ କୋରାପୁଟରେ ମଧ୍ୟ ପ୍ରବଳ ବର୍ଷା ହୋଇଛି ।

ଅବପାତର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା. ଗଜପତି, କଳାହାଣ୍ଡି. କନ୍ଧମାଳ. ନୂଆପଡା, ବଲାଙ୍ଗୀରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଗଞ୍ଜାମ,ପୁରୀ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହି ସମୟରେ ସମଦ୍ର ମଧ୍ୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ । ସମୁଦ୍ର ଆଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply