୮ ଜିଲ୍ଲାରେ ପ୍ରବଳ ବର୍ଷା ସୂଚନା

ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଆଜି ଅଳ୍ପ କେତେକ ସ୍ଥାନରେ ସାମାନ୍ୟ ବର୍ଷା ହୋଇଯାଇଛି। ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡା, ବଲାଙ୍ଗୀର, ସୋନପୁର ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଉପକୂଳରେ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି।ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Comments are closed.