୫ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ମୌସୁମୀ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଶୁକ୍ରବାର ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଅପରାହ୍ନରେ ରାଜ୍ୟର କେତେକ ସ୍ଥାନରେ ବର୍ଷାରେ ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ସୁନ୍ଦରଗଡ ଆଦି ଜିଲାରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି । ଆକାଶ ମେଘାଚ୍ଛନ୍ନ ରହିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଶୁକ୍ରବାର ସୁନ୍ଦରଗଡରେ ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରୀ ସେଲସିୟସ୍ ରହିଥିବା ବେଳେ ହିରାକୁଦରେ ସର୍ବନିମ୍ନ ତାପମାତ୍ରା ୧୯.୬ ଡିଗ୍ରୀ ସେଲସିୟସ୍ ରହିଛି । ସୂଚନଯୋଗ୍ୟ, ଗତକାଲି ବୌଦ୍ଧ ଜିଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

Leave A Reply