ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍

ରାଞ୍ଚି: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ରବିବାର ହେମନ୍ତ ସୋରେନ୍ ଶପଥ ନେଇଛନ୍ତି। ସେ ଝାଡ଼ଖଣ୍ଡର ୧୧ ତମ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ଦ୍ବିତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପଶ୍ଚିମବଙ୍ଗ, ରାଜସ୍ଥାନ, ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସମେତ ରାହୁଲ ଗାନ୍ଧି ଏହି ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ଥିଲେ।

Comments are closed.