ରାଜ୍ୟରେ ଦିନକରେ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୭ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ସ୍ଥିର ରହୁଥିବାବେଳେ ଦିନକୁ ଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଗତକାଲି ଗୋଟିଏ ଦିନରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହା ଏପର୍ଯ୍ୟନ୍ତ ରାଜ୍ୟରେ ଦୈନିକ ସର୍ବାଧିକ ମୃତ୍ୟୁସଂଖ୍ୟା। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭ ଜଣ ଥିବା ଜଣାଯାଇଛି। ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନୁଗୁଳ, ଝାରସୁଗୁଡା ଏବଂ କଳାହାଣ୍ଡି ଜିଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରାପ୍ତ ସୂଚନାରୁ ଜଣାଯାଇଛି। ସେହିଭଳି ସୁନ୍ଦରଗଡ, ସୁବର୍ଣ୍ଣପୁର ଜିଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝର ଜିଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ଦେବଗଡ, ଯାଜପୁର, କନ୍ଧମାଳ ଓ କୋରାପୁଟ ଜିଲାରେ ଜଲେ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ହଜାର ୫୪୯କୁ ବୃଦ୍ଧିପାଇଛି।

Comments are closed.