ହୀରାକୁଦରେ ବୃଦ୍ଧି ପାଉଛି ଜଳସ୍ତର

ସମ୍ବଲପୁର : ବଙ୍ଗୋପସାଗରରେ ସୃଷ୍ଟ ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ହୀରାକୁଦର ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ସକାଳ ସୁଦ୍ଧା ଏହା ୬୧୫.୩୭ ଫୁଟ ରହିଥିଲା। ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ୯୫୦୩୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ସେହି ସମୟରେ ୧୮୭୬୨ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଆସନ୍ତା ୧୪ରେ ଡ଼୍ୟାମର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବା ପାଇଁ ଗେଟ ଖୋଲାଯିବା ବୋଲି ପୂର୍ବରୁ ନିଷ୍ପତ୍ତି ନିଆଯାଇଛି।

Comments are closed.