ବିଧାନସଭା ପରିସରରେ ଡଃ. ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର : ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।

ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ଣପ କରିଛନ୍ତି। ଡ଼ିଶାର ପ୍ରଗତି ଓ ସାମ୍ବାଦିକତା ପ୍ରତି ତାଙ୍କ ଅବଦାନ ଏବଂ ଓଡ଼ିଆ ବାଣୀଭଣ୍ଡାରକୁ ସମୃଦ୍ଧ କରୁଥିବା ତାଙ୍କ ସାହିତ୍ୟ ସୃଷ୍ଟି ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ପ୍ରଫୁଲ ସାମଲଙ୍କ ସମେତ ବହୁ ବିଧାୟକ ଏଧିରେ ଯୋଗ ଦେଇଥିଲେ।

Comments are closed.