ସୋମବାର ରାଶିଫଳ(୦୪/୦୧/୨୦୨୧)

ମେଷ: ଅଧ୍ୟାପନା ପାଇଁ ଅଧ୍ୟୟନରେ ମନୋନିବେଶ କରିବାକୁ ପଡ଼ିବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କନ୍ୟା, ପୁତ୍ର, ପୌତ୍ର, ପ୍ରପୌତ୍ରାଦି ଲାଭ କରିପାରନ୍ତି।

ବୃଷ: ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ। କୃଷି କ୍ଷେତରୁ ଭଲ ଆୟ କରିପାରନ୍ତି। ଯାନବାହନ ସୁଖ ମିଳିବ। ବାସ ଗୃହକୁ ବିଶୋଧନ କରିପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।

ମିଥୁନ: ସଞ୍ଚୟାଭିମୁଖୀ ହେବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଭଗବତ ଉପାସକ ହେବେ। ଠାକୁରଙ୍କୁ ଦର୍ଶନ ଲାଭ କରିବାର ସୂଚନା ମିଳୁଛି। ଅଶାନ୍ତି ବୃଦ୍ଧି ନ ହୋଇ ବରଂ ସନ୍ତୋଷ ଲାଭ ହେବ।

କର୍କଟ: ତ୍ୟାଗଶୀଳ ହୋଇପାରନ୍ତି। ନୀତିନିଷ୍ଠ ଭାବେ ଅଗ୍ରପୂଜ୍ୟ ହେବା ଆଶା କରାଯାଏ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। ଅତିସୁଖୀ ଓ କୀର୍ତ୍ତିମାନ୍‌ ହେବେ। ସହିଷ୍ଣୁ ହୋଇପାରନ୍ତି। ଭାଗ୍ୟର ପରିବର୍ତ୍ତନ ଘଟିପାରେ।

ସିଂହ: ରୋଜଗାର ଊଣା ହେବ ନାହିଁ। ବନ୍ଧୁଙ୍କ ସହାୟତା ପାଇ ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି। ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ସଦୂର ପ୍ରସାରୀ ହେବ।

କନ୍ୟା: ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ଭଲ। କର୍ମଚଞ୍ଚଳ ରହିବେ। ମିତ୍ରମାନେ ସାହାଯ୍ୟ ପରିବର୍ତ୍ତେ କରଛଡ଼ା ଦେଇପାରନ୍ତି। ଚକ୍ଷୁରେ ସାମୟିକ ଭାବେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବଚନ ମଧୁର ହେବ। ଅଜାତଶତ୍ରୁ ହେବେ।

ତୁଳା: ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଯେ କୌଣସି କାର୍ଯ୍ୟ କଲେ ସଫଳତା ମିଳିବ।

ବିଛା: କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଶୁଭଖବର ପାଇ ପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି। ବିବାଦୀୟ ପ୍ରତିଯୋଗିତାରେ ବିଜୟୀ ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି।

ଧନୁ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପାଇ ତା’ର ସଦ୍‌ବ୍ୟବହାର କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଦୟାଳୁ ସ୍ବଭାବର ହେବେ। ଶାନ୍ତି ମିଳିବ।

ମକର: ନୃତ୍ୟ, ସଙ୍ଗୀତପ୍ରିୟ ହୋଇପାରନ୍ତି। ସତ୍‌କର୍ମରେ ନିୟୋଜିତ ହେବେ। ଧର୍ମମାର୍ଗରେ ମନୋନିବେଶ କରିପାରନ୍ତି। ସୁଭାଷୀ ଓ ଉତ୍ତମ ବିଦ୍ୟାଯୁକ୍ତ ହେବେ। ଯଶସ୍ବୀ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ଚଳିବେ।

କୁମ୍ଭ: ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରୁ ସଫଲତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ରୁଚିକର ଭୋଜନ ମିଳିପାରେ। ଆନନ୍ଦ ଉପଭୋଗ କରିପାରନ୍ତି। ଅବିବାହିତଙ୍କର ମନୋରମା କନ୍ୟା ସହ ବିବାହ ସ୍ଥିର ହେବ।

ମୀନ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ମିଳିପାରେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିବେ।

Comments are closed.