ମଙ୍ଗଳବାର ରାଶିଫଳ ( ୦୫/୦୧/୨୦୨୧)

ମେଷ:ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବନ୍ଧୁ ସହାୟତାରୁ ଶକ୍ତି ବୃଦ୍ଧି ହେବ। ବିରୋଧୀଙ୍କ ଉପରେ ଦମନ ଲୀଳା ଚଳାଇ କୃତକାର୍ଯ୍ୟ ହେବେ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ପତ୍ନୀଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ହେବାକୁ ପଡ଼ିବ।

ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।

ମିଥୁନ: ଉଦାର ସ୍ବଭାବର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତ୍ରରୁ ଭଲ ଆୟ କରିପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

କର୍କଟ: ମନ ପ୍ରସନ୍ନ ରହିବ। ଧର୍ମ ପରାୟଣ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି। ପୂଜା ପାଠରେ ମନୋନିବେଶ କରିପାରନ୍ତି।

ସିଂହ: ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ପ୍ରେମୀ ଓ ବିଦ୍ୟାଭ୍ୟାସୀ ହେବେ। ବ୍ୟବସାୟରୁ ଅଧିକ ଧନଲାଭ ହେବ। ଅଳ୍ପ ବୟସର କିଶୋରମାନେ ଧନ ଅର୍ଜନ କରିପାରନ୍ତି।

କନ୍ୟା: ସୁସ୍ଥ ରହିବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣକ୍ଷେତ୍ରରେ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ତୁଳା: କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛାପ୍ରକାଶ କରିପାରନ୍ତି। ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଜିତେନ୍ଦ୍ରୀୟ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ହେବେ। ଜ୍ଞାନୀ ଓ କ୍ରୋଧୀ ହୋଇପାରନ୍ତି।

ବିଛା: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।

ଧନୁ: କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ସୁଖୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ।

ମକର: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ରା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସର୍ଦ୍ଦି, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଖର୍ଚ୍ଚ ବୃଦ୍ଧି ହୋଇପାରେ। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ବିଜ୍ଞ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। ଶତ୍ରୁ ଦମନ କରିବେ।

ମୀନ: ବନ୍ଧୁ ସହଯୋଗରେ ବିଶେଷ ଉପକୃତ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ଅନୁରକ୍ତି ରହିବ। ଦେବ ଦ୍ବିଜ ପରାୟଣ ହୋଇପାରନ୍ତି। ସାଧୁ ଲୋକଙ୍କର ପ୍ରିୟଭାଜନ ହେବେ। ସମ୍ମାନିତ ହେବେ।

Comments are closed.