ସୋମବାର ରାଶିଫଳ (୦୮/୦୨/୨୦୨୧)

ମେଷ: ଭାଗ୍ୟଶାଳୀ ହେବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍‌ଯୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ତୀର୍ଥ ଯାତ୍ରାର ସୁଯୋଗ ମିଳିପାରେ।

ବୃଷ: ପରିସ୍ଥିତିରେ ପଡ଼ି ମନରେ ଈର୍ଷା ଭାବ ଉଦ୍ରେକ ହୋଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

ମିଥୁନ: ଧୈର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳତା ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ପ୍ରଥିତଯଶା ହେବେ। ଯୋଜନାର ସଫଳତା ପାଇଁ ପତ୍ନୀଙ୍କ ପରାମର୍ଶ ନେବାକୁ ପଡ଼ିବ।

କର୍କଟ: ପଠନ ଲିଖନ ଉପରେ ଧ୍ୟାନ ଦେଇ ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ସିଂହ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
କନ୍ୟା: ଅଧିକାର ପ୍ରାପ୍ତ ହୋଇପାରନ୍ତି। ଉଦାର ସ୍ବଭାବ ଯୋଗୁଁ ପ୍ରଶଂସାର ପାତ୍ର ହେବେ। ଦାନ ଧର୍ମରେ ଦୀକ୍ଷିତ ହେବେ। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ବୁଦ୍ଧିମାନ୍‌ ହେବେ।

ତୁଳା: ଅନୁରୋଧ ରକ୍ଷାକରି ସାହାଯ୍ୟର ହାତ ବଢ଼ାଇ ପାରନ୍ତି। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ।

ବିଛା: ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସହନଶୀଳ, ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ।

ଧନୁ: ଆୟ ବୃଦ୍ଧିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ପାଇପାରନ୍ତି। ଧନ ସମ୍ପଦ ଭରପୂର ରହିବ। ଉତ୍ତମଭୋଜନ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ।

ମକର: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ଯାତ୍ରା ଶୁଭଦାୟକ ହେବ। ରଣାଙ୍ଗନରେ ବିଜୟୀ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି।

କୁମ୍ଭ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର ମନ୍ତ୍ର ତଥା ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଅର୍ଥାଗମ ହେବ।

ମୀନ: ସରଳ ଓ ନିରାଡମ୍ବର ଜୀବନଯାପନ କରିପାରନ୍ତି। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ପରିବାରର ମୁଖ୍ୟ ହେବେ।

Comments are closed.