ମଙ୍ଗଳବାର ରାଶିଫଳ (୦୯/୧୧/୨୦୨୧)

ମେଷ : ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସମାଜସେବା ଓ ପରୋପକାର ପ୍ରତି ମନ ବଳାଇ ପାରନ୍ତି।
ମିଥୁନ : ବନ୍ଧୁ ମିଳନରେ ଉପକୃତ ହେବେ। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କର୍କଟ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ସିଂହ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ।
କନ୍ୟା : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଦଳ ପ୍ରତି ଆଦର ଓ ସମ୍ମାନ ବୃଦ୍ଧି ପାଇବ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ।
Related Posts
Comments are closed.