ଶୁକ୍ରବାର ରାଶିଫଳ (୧୦/୧୨/୨୦୨୧)

ମେଷ : ବିଭିନ୍ନ ଉପାୟରେ ଆୟ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ।

ବୃଷ : ସାଧନାରେ ସିଦ୍ଧିପ୍ରାପ୍ତ ହେବେ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ମିଥୁନ : ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଯାନବାହନ ସୁଖ ମିଳିବ। ପତିପତ୍ନୀ ଉଭୟ କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ।

ସିଂହ : ମିତ୍ରମାନଙ୍କ ଗହଣରେ ସମୟ ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ସୁଖଦାୟିନୀ ହେବେ।

କନ୍ୟା :  ସ୍ନେହୀ ଭାଇମାନଙ୍କର ସହାୟତା ମିଳିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ତୁଳା : ବିଚାର-ବିମର୍ଶ ପୂର୍ବକ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାରେ ଆଗ୍ରହୀ ହେବେ। ବ୍ୟବସାୟାଦି ସୂତ୍ରରୁ ଧନଲାଭ ହେବ।

ବିଛା : ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଆଦର୍ଶ ବ୍ୟକ୍ତିତ୍ବଯୁକ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ। ଯାନବାହନ ସୁଖ ମିଳିବ।

ଧନୁ : ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଶ୍ରୁତି ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମକର : କୌଣସି କାରଣରୁ ମନରେ ଦ୍ବିଧାଭାବ ଜାତ ହୋଇପାରେ। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଠାନ୍ନଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଆୟ ଊଣା ହେବ ନାହିଁ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ଲାଭ ହେବ।

ମୀନ : କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥା କହି ଶତ୍ରୁକୁ ବଶ କରିବାରେ ସକ୍ଷମ  ହେବେ। ସ୍ବାସ୍ଥ୍ୟ ରକ୍ଷା ପାଇଁ ଅଧିକ ବ୍ୟୟ ହେବ।

Comments are closed.