ସୋମବାର ରାଶିଫଳ(୧୧/୦୧/୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By Ramakanta Mahananda Last updated Jan 11, 2021 Share ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବହୁ ସୁଖର ଅଧିକାରୀ ହେବେ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବୃଷ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ମିତ୍ରମାନେ ପାଖଛଡ଼ା ଦେଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ। ମିଥୁନ: ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ବକର୍ମ ଓ ସାଧନା ପାଇଁ ମନରେ ଅହଂଭାବ ଆସିପାରେ। ଶାନ୍ତି ଓ ଧୈର୍ଯ୍ୟବାନ୍ ହେବା ଆଶା କରାଯାଏ। ପତ୍ନୀଙ୍କ ଉପଦେଶ କଲ୍ୟାଣକର ହେବ। କର୍କଟ: ବଦଖର୍ଚ୍ଚି ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହୋଇପାରନ୍ତି। ସିଂହ: କର୍ମଚଞ୍ଚଳ ରହିବେ। ଆସନ୍ନ ପ୍ରସବା ଥିଲେ କନ୍ୟାରତ୍ନ ଜାତ ହୋଇପାରେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଧାର୍ମିକ ଓ ତେଜସ୍ବୀ ହେବେ। କନ୍ୟା: ଉଦାର ପ୍ରକୃତିର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କୃଷି କର୍ମରେ ନିୟୋଜିତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। Related Posts ରାଜ୍ୟ ରପ୍ତାନି ପୁରସ୍କାର ସମାରୋହ, ଓଡ଼ିଶାର… Jan 23, 2021 ୧୬ ସ୍କୁଲକୁ ‘ପୋଷ୍ୟ’ କଲେ ୧୬ ଆଇଏଏସ୍ Jan 23, 2021 ତୁଳା: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁର ଭାଷାରେ ଅନ୍ୟକୁ ବଶ କରିପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ଓ ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ। ବିଛା: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସାହାଯ୍ୟ, ସହାନୁଭୁତି ମିଳିବ। ବ୍ୟବସାୟରୁ ଅଧିକ ଲାଭ ହେବ। ଧନୁ: ଭଲ ଆୟ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସମ୍ପଦଯୁକ୍ତ ହୋଇପାରନ୍ତି। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବା ଆଶାକରାଯାଏ। ମକର: ଅଧିକ ବ୍ୟୟର ସମ୍ମୁଖୀନ ହେବେ। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ମହିଳାମାନଙ୍କ ପ୍ରତି ସମ୍ମାନବୋଧ ରହିବ। ସାମାନ୍ୟ ରାଜଯୋଗ ଅଛି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। କୁମ୍ଭ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ଓ ଜ୍ୟୋତିଷଶାସ୍ତ୍ର ପ୍ରତି ଆଗ୍ରହୀ ହେବେ। ମୀନ: କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ରହିବ। Share FacebookTwitterWhatsApp