ସୋମବାର ରାଶିଫଳ(୧୧/୦୫/୨୦୨୦) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By Amulya Last updated May 11, 2020 Share ମେଷ: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ସତ୍ସଙ୍ଗୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ବୃଷ: ସାଧନାରେ ସିଦ୍ଧି ଲାଭ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। କାର୍ଯ୍ୟରେ ବାଧା ଉପୁଜି ପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ। ମିଥୁନ: ଅସାଧ୍ୟ ସାଧନ ପାଇଁ ଶକ୍ତି ପ୍ରୟୋଗ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାକୁ ଆଦରି ନେଇପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍ ହେବେ। ନିଜ ସାଧନ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି। ପତ୍ନୀଙ୍କ ସହାୟତା ଲାଭପ୍ରଦ ହେବ। କର୍କଟ: ହାତଛଡ଼ା ହୋଇଥିବା କାର୍ଯ୍ୟ ପୁଣି ହସ୍ତଗତ ହୋଇପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳବାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ। ସିଂହ: ଯୋଗାଯୋଗରେ ସଫଳତା ମିଳିବ। ପ୍ରତ୍ୟେକ କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ଉଦ୍ୟମ ଜାରି ରଖିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବିଭିନ୍ନ ଦିଗରୁ ଅର୍ଥ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ସୁଖୀ ହେବେ। କନ୍ୟା: ଉଦାର ସ୍ୱଭାବର ହୋଇପାରନ୍ତି। ଜଣେ ଦାନଶୀଳ ବ୍ୟକ୍ତିଭାବେ ଅଞ୍ଚଳରେ ଖ୍ୟାତି ସମ୍ପନ୍ନ ହେବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହୋଇପାରନ୍ତି। ବୁଦ୍ଧିମାନ୍ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। Related Posts ବ୍ୟାଙ୍କ ଅଫ ବରୋଦା ପକ୍ଷରୁ ଅନ୍ତର୍ଜାତୀୟ… Mar 8, 2021 ଜଙ୍ଗଲ ନିଆଁ ଲିଭାଇବ ଓଡ୍ରାଫ, ନିର୍ଦେଶ ଦେଲେ… Mar 8, 2021 ତୁଳା: ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରକୃତିର ହୋଇପାରନ୍ତି। ମଧୁରଭାଷୀ, ମେଳାପୀ, ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ। ବିଛା: ଚିନ୍ତାମୁକ୍ତ ହୋଇପାରନ୍ତି। ପରମ ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ। ସସ୍ତ୍ରୀକ ଆନନ୍ଦ ଉପଭୋଗ କରିପାରନ୍ତି। ମିତ୍ର ସୁଖ ମିଳିବ। ବିଦେଶ ଯିବାକୁ ଇଚ୍ଛା କରିବେ। ଧନାଗମ ହେବ। ଧନୁ: ପରିବାରର କଲ୍ୟାଣ ଭାଜନ ହେବେ। ଆପଣଙ୍କ ଉପରେ ନ୍ୟସ୍ତ କାର୍ଯ୍ୟଭାର ଉତ୍ସାହପଦ ହେବ। ଐଶ୍ୱର୍ୟ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ମକର: ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ। ଚଞ୍ଚଳମନା ହେବେ। ମଧୁରଭାଷୀ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ହେବେ। ଜ୍ଞାନ ଗରିମାମୟ ହୋଇପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। କ୍ରୋଧୀ ହୋଇପାରନ୍ତି। କୁମ୍ଭ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳମନା ହେବେ। ବିଭାଗୀୟ ସ୍ତରରେ ସମ୍ମାନିତ ହୋଇପାରନ୍ତି। କରିତ୍କର୍ମା ହେବେ। ସତ୍ୟ ଧର୍ମକୁ ଆପଣେଇବେ। ମୀନ: କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି। ପ୍ରଦୀପ ଭଳି ଜଳି ଅନ୍ୟକୁ ଆଲୋକ ଦାନ କରିପାରନ୍ତି। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ଯଶସ୍ୱୀ ହୋଇପାରନ୍ତି । Share FacebookTwitterWhatsApp