ଗୁରୁବାର ରାଶିଫଳ (୧୧/୧୧/୨୦୨୧)

ମେଷ : କର୍ତ୍ତବ୍ୟ ପାଳନରେ ବ୍ରତୀ ହୋଇ ପାରନ୍ତି କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ଦ ଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
ବୃଷ : ସେବା-ପୂଜାରେ ନିମଗ୍ନ ହୋଇପାରନ୍ତା। ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ମିଥୁନ : ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
କର୍କଟ : ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମନରେ ଗର୍ବଭାବ ବହନ କରିପାରନ୍ତି।
ସିଂହ : ଶତ୍ରୁ ଉପରେ ତୀକ୍ଷ୍ଣ ନଜର ରଖିବାକୁ ପଡ଼ିବ। ଭାଇମାନଙ୍କ ସହଯୋଗ ମିଳିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
କନ୍ୟା : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ବିଦ୍ୟାଭ୍ୟାସୀ ହେବେ।
Related Posts
Comments are closed.