ଶୁକ୍ରବାର ରାଶିଫଳ (୧୨/୦୨/୨୦୨୧)

ମେଷ: ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ମନ ଫୁର୍ତ୍ତି ରହିବ।

ବୃଷ: ସତ୍‍ସଙ୍ଗୀ ହୋଇପାରନ୍ତି। ସୁସମାଚାର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ।

ମିଥୁନ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି, ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିପାରନ୍ତି। ଭକ୍ତିଗାଥା ପ୍ରବଚନ ଶୁଣିବାରେ ଆଗ୍ରହୀ ହେବେ।

କର୍କଟ: ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ପତ୍ନୀଙ୍କ ଧନରେ ପ୍ରତିପୋଷଣ ହେବେ। ବହୁ ସୁଖର ଅଧିକାରୀ ହୋଇପାରନ୍ତି। ଶ୍ରେଷ୍ଠ ପଦପଦବୀରେ ଆସୀନ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ସିଂହ: ବହୁ ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ସୁଖାଦ୍ୟ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡ଼ିବ। ଅବିବାହିତଙ୍କର ବିବାହ ସ୍ଥିର ହେବ।

କନ୍ୟା: ସୀମାରେ ଉପୁଜିଥିବା ଗଣ୍ଡଗୋଳର ମୁକାବିଲା କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଅଧ୍ୟୟନରତ ହେବେ। ଋଣ ପରିଶୋଧ କରିପାରନ୍ତି।

ତୁଳା: ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପାଇ ପ୍ରତିଯୋଗିତାରେ ବିଜୟୀ ହେବେ।

ବିଛା: ପରିଶ୍ରମ ଯେତେ କଠିନ ହେଉ ପଛେ; ତା’ର ମୂଲ୍ୟ ମିଳିବ। ଯାନବାହନ ମିଳିବ। କାର୍ଯ୍ୟଧାରା ସୁମାର୍ଗୀ ହୋଇପାରେ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ରହିବା ଗୃହଟି ସ୍ୱାସ୍ଥ୍ୟ ନିବାସ ଭଳି ହେବ।

ଧନୁ: କାର୍ଯ୍ୟ ହାସଲ କରିବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ। କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟ ଲାଭ କରିପାରନ୍ତି। ଭକ୍ତିଗାଥା ତଥା ପ୍ରବଚନରେ ଯୋଗ ଦେବେ।

ମକର: ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଭଗବତ୍‍ ପ୍ରେମୀ ହେବେ। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ସ୍ତରରୁ ଲାଭବାନ୍‍ ହେବେ।

କୁମ୍ଭ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।

ମୀନ: ଧର୍ମକାର୍ଯ୍ୟରେ ଅଧିକ ଧନବ୍ୟୟ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ସିଦ୍ଧହସ୍ତ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜି ପାରେ। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‍ ରହିପାରନ୍ତି।

Comments are closed.