ସୋମବାର ରାଶିଫଳ(୧୨/୧୦/୨୦୨୦)

ମେଷ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟରେ ତତ୍ପର ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି।

ବୃଷ: ପାରିବାରିକ ଶାନ୍ତି ଅବ୍ୟାହତ ରହିବ। ମନ ପ୍ରସନ୍ନ ରହିବ। ଧର୍ମଭାବାପନ୍ନ ହେବେ। ମଧୁରଭାଷୀ ହେବେ। ମେଳାପୀ ପ୍ରକୃତିର ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ।

ମିଥୁନ: ଜନସାଧାରଣଙ୍କର କଲ୍ୟାଣଭାଜନ ହୋଇପାରନ୍ତି। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ। ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ୱ ଅଧିକ ବିକଶିତ ହେବ। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଧନାଗମର ସୂଚନା ମିଳୁଛି।

କର୍କଟ: ମିଳିଥିବା ସୁଯୋଗର ଉପଯୋଗ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଦେଶରକ୍ଷାରେ ପାରଙ୍ଗମ ହେବେ।

ସିଂହ: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସାହସୀ ହେବେ। ଜ୍ଞାନ ଗରିମାର ଅଧିକାରୀ ହେବେ। ମଧୁର ବଚନରେ ପରକୁ ଆପଣାର କରିବାରେ ସକ୍ଷମ ହେବେ।

କନ୍ୟା: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ଶାସ୍ତ୍ର ପ୍ରତି ରୁଚି ରହିବ। ଆୟ ଆଶାନୁରୂପ ହେବ।

ତୁଳା: ଜଟିଳ କାର୍ଯ୍ୟକୁ ସରଳ, ସୁଗମ କରିବାରେ ସିଦ୍ଧହସ୍ତ ହେବେ। ସମ୍ମାନିତ ହେବେ। କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ସୌଜନ୍ୟ ଭାବ ସମ୍ପନ୍ନ ହେବେ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବହୁ ସୁଖର ଅଧିକାରୀ ହେବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି।

ଧନୁ: ଚେତନାଧର୍ମୀ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। କୃଷିକ୍ଷେତ୍ର ଲାଭଜନକ ହୋଇପାରେ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ମକର: କର୍ମକ୍ଷେତ୍ର ଉତ୍ସାହଜନକ ହେବ। ବ୍ୟବସାୟ ଅଧିକ ଲାଭଦାୟକ ହେବ। ଜଣେ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିବେ। ମନରେ ଗର୍ବଭାବ ବହନ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ସହାୟତା ମିଳିବ।

କୁମ୍ଭ: କାର୍ଯ୍ୟ ସଂପାଦନ ପାଇଁ ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ମନୋବଳ ଦୃଢ଼ ରହିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ।

ମୀନ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ଲାଭ କରିବେ। କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ବ୍ୟବସାୟ ଅଧିକ ଲାଭଜନକ ହେବ। ସୁଖ ମିଳିବ।

Comments are closed.