ସାପ୍ତାହିକ ରାଶିଫଳ (୧୨/୦୯/୨୦୨୧ରୁ୧୮/୦୯/୨୦୨୧)

ମେଷ : ରବିବାର ଓ ସୋମବାର ଯାନବାହନଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍‌। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।

ବୃଷ : ରବିବାର ଓ ସୋମବାର ନୂତନ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବିବାଦରେ ପଡ଼ିପାରନ୍ତି। ପିଠିରେ ଯନ୍ତ୍ରଣା ହୋଇପାରେ। ଶୁକ୍ରବାର ଓ ଶନିବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଅନ୍ନପୂର୍ଣ୍ଣା ସ୍ତୋତ୍ର ପାଠ କରନ୍ତୁ।

ମିଥୁନ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମସ୍ୟା ସମାଧାନରେ ବ୍ରତୀ ହେବେ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ପଦୋନ୍ନତି ମିଳିବ। ଶୁକ୍ରବାର ଓ ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶାଷ୍ଟକ ପାଠ କରନ୍ତୁ।

କର୍କଟ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମପ୍ରବଣତା ଆପଣଙ୍କର ଭୂଷଣ ହେବ। ବୁଧବାର ଓ ଗୁରୁବାର ଦୂରଦେଶରୁ ସମ୍ବାଦ ପାଇବେ। ଶୁକ୍ରବାର ଓ ଶନିବାର ଜମିବାଡ଼ି ଗଣ୍ଡଗୋଳ ସମାଧାନ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ର ନାମ ପାଠ କରନ୍ତୁ।

ସିଂହ : ରବିବାର ଓ ସୋମବାର ଜଗିରଖି ଚଳିବା ଉଚିତ୍‌। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ଭାଗ୍ୟବାଦୀ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ।

କନ୍ୟା : ରବିବାର ଓ ସୋମବାର ପ୍ରେମରେ ସଫଳତା ପାଇବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ସୌଖୀନ ଦ୍ରବ୍ୟ କିଣିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।

ତୁଳା :  ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିଷ୍ଠା ଲାଭ କରିବେ। ଆୟ ବୃଦ୍ଧି ହେବ। ବୁଧବାର ଓ ଗୁରୁବାର ସାମାଜିକ ପ୍ରତିଷ୍ଠା ଲାଭ କରିବେ। ଶୁକ୍ରବାର ଓ ଶନିବାର ଆଘାତପ୍ରାପ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ କର୍ମତତ୍ପର ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନାରାୟଣ କବଚ ପାଠ କରନ୍ତୁ।

ବିଛା : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପାରିବାରିକ ଶାନ୍ତି ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ପିଲାଙ୍କ ପାଠପଢ଼ା ପ୍ରତି ଯତ୍ନଶୀଳ ହେବେ। ଶୁକ୍ରବାର ଓ ଶନିବାର ପରୋପକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।

ଧନୁ : ରବିବାର ଓ ସୋମବାର ଅସୁବିଧାରେ ପଡ଼ିପାରନ୍ତି। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ଦୂରଯାତ୍ରା ଆପଣଙ୍କୁ ସଫଳତା ପ୍ରଦାନ କରିବ। ଦ୍ରବ୍ୟ ଚୋରି ହେବାର ସମ୍ଭାବନା ଅଛି। ଶୁକ୍ରବାର ଓ ଶନିବାର ପ୍ରେମଜନିତ ସମସ୍ୟା ଦୂର କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗାଷ୍ଟକ ପାଠ କରନ୍ତୁ।

ମକର : ରବିବାର ଓ ସୋମବାର ଭାଇଙ୍କ ସହଯୋଗ ପ୍ରାପ୍ତ ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ଶୁକ୍ରବାର ଓ ଶନିବାର କର୍ମାଶ୍ରୟୀ ହେବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀକାଳୀ ସହସ୍ରନାମ ସ୍ତୋତ୍ର ପାଠ କରନ୍ତୁ।

କୁମ୍ଭ : ରବିବାର ଓ ସୋମବାର ଆନନ୍ଦରେ ନିରାନନ୍ଦ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବନ୍ଧୁଙ୍କ ଆଗମନ ହେବ। ପ୍ରଗତିଶୀଳ ହେବେ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।

ମୀନ : ରବିବାର ଓ ସୋମବାର ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠିତ ହେବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀରାମଙ୍କ କବଚ ପାଠ କରନ୍ତୁ।

Comments are closed.