ମଙ୍ଗଳବାର ରାଶିଫଳ (୧୩/୦୪/୨୦୨୧)

ମେଷ : ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ରହିବେ। ଦାମ୍ପତ୍ୟ ସୁଖ ମିଳିବ। ଚିନ୍ତାଧାରା ମହତ ହେବ। ନୂଆବନ୍ଧୁ ମିଳିବେ।
ବୃଷ : ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ସ୍ନେହପୂର୍ଣ୍ଣ ବାକ୍ୟ ବିନିମୟରେ ପରକୁ ଆପଣାର କରିବାରେ ପାରଙ୍ଗମ ହେବେ। ଚକ୍ଷୁରେ ପୀଡ଼ା ଉପୁଜି ପାରେ।
ମିଥୁନ : ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିବ।
କର୍କଟ : ଶୁଭ ଖବର ମିଳିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟ ଲାଭଜନକ ହେବ।
ସିଂହ : ସତ୍ସଙ୍ଗୀ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପ୍ରାପ୍ତ ହେବେ ଓ ତା’ର ସଦ୍ବ୍ୟବହାର କରି ପ୍ରଶଂସାର ପାତ୍ର ହେବେ। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ। ପୁରସ୍କୃତ ହେବେ।
କନ୍ୟା : ଖର୍ଚ୍ଚାନ୍ତ ହୋଇପାରନ୍ତି। କାର୍ଯ୍ୟରେ କେହି ବାଧା ଉପୁଜାଇବାକୁ ଉଦ୍ୟମ କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶ୍ରେଷ୍ଠ କର୍ମଯୁକ୍ତ ହେବେ। ରାଜତୁଲ୍ୟ ସମ୍ମାନର ଅଧିକାରୀ ହେବେ। କାର୍ଯ୍ୟରେ ଉତ୍ସାହ ବୃଦ୍ଧି ହେବ। ପରୋପକାରୀ ହେବେ।
Related Posts
Comments are closed.