ରାଶିଫଳ (ଗୁରୁବାର) ୧୯/୦୫/୨୦୨୨

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ ହୋଇପାରେ। ସୁଖ-ସମୃଦ୍ଧିର ମୂଳଦୂଆ ପଡ଼ିବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ: ସ୍ବାଭିମାନୀ ହେବେ। ଭାଗୁଆଳ ବ୍ୟବସାୟ ଲାଭଜନକ ହେବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପରୋପକାରୀ ହେଲେ ବି ସତର୍କ ରହିବେ।

ମିଥୁନ: ବନ୍ଧୁ ମିଳନର ସୁଯୋଗ ଅଛି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଶାନ୍ତିଦାୟକ ହେବ।

କର୍କଟ: ଖର୍ଚ୍ଚ ଏଡ଼ାଇବାକୁ ଯତ୍‌ପରୋନାସ୍ତି ଚେଷ୍ଟା କରିବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ବିଚକ୍ଷଣ ବୁଦ୍ଧିସମ୍ପନ୍ନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ହିତକାରୀ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି।

କନ୍ୟା: ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

ତୁଳା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ ହେବେ।

ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ। ମିତ୍ରଙ୍କଠାରୁ ସହାୟତା ମିଳିବ।

ଧନୁ: ରୋଜଗାର ଊଣା ହେବ ନାହିଁ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣ କ୍ଷେତ୍ରରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।

ମକର: କର୍ମଚଞ୍ଚଳ ରହିବେ। କାର୍ଯ୍ୟରେ ବିଘ୍ନ ଉପୁଜିବାର ସମ୍ଭାବନା ଅଛି। ଏକାନ୍ତରେ ଧ୍ୟାନମଗ୍ନ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ସନ୍ତ୍ରଣା ଦେଖାଦେଇପାରେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି।

କୁମ୍ଭ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରାକରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ମୀନ: କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ଶ୍ରମ ସାର୍ଥକ ହେବ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

Comments are closed.