ଶୁକ୍ରବାର ରାଶିଫଳ(୧୫/୦୪/୨୦୨୨)

ମେଷ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। କ୍ଷମାଶୀଳ ହେବେ।
ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।
ମିଥୁନ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ୍ ହେବେ। ଜଳପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
କର୍କଟ : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହୋଇପାରନ୍ତି। ସର୍ବତ୍ର ବିଜୟୀ ହେବେ।
ସିଂହ : ଭାଗ୍ୟଶାଳୀ ହେବେ। ଆଦର୍ଶବାଦୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
Related Posts
Comments are closed.