ସୋମବାର ରାଶିଫଳ (୧୫/୦୨/୨୦୨୦)

ମେଷ: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇପାରନ୍ତି। ବନ୍ଧୁମାନେ କରଛଡ଼ା ଦେଇପାରନ୍ତି। ଶତ୍ରୁର କ୍ରୂର ଦୃଷ୍ଟି ପାଇଁ ସତର୍କ ରହିବେ। ମଧୁରଭାଷାରେ ପରକୁ ଆପଣାର କରିବେ।

ବୃଷ: ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ।

ମିଥୁନ: ସୁଖ ସମ୍ମାନ ଲାଭ କରିବେ। ସୁସମ୍ବାଦ ଶୁଣି ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେଇପାରେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ।

କର୍କଟ: ପରୋପକାରୀ ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତା ପ୍ରାପ୍ତ ହୋଇ ତା’ର ସଦ୍‌ବ୍ୟବହାର କରିବେ। ପ୍ରତିଯୋଗିତାରେ ବିଜୟୀ ହେବେ। ଧନବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁଖୀ ହେବେ।

ସିଂହ: ଅନଟନର ସମ୍ମୁଖୀନ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ସ୍ବାଭିମାନୀ ହେବେ। ଅଯଥା ପାରିବାରିକ କଳହର ସମ୍ମୁଖୀନ ହୋଇପାରନ୍ତି। ଗୋଷ୍ଠୀ, ନଗର, ଗ୍ରାମର ଅଧିପତି ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।

କନ୍ୟା: ମିତ୍ର ଲାଭ ସୂଚନା ମିଳୁଛି। ସୁଖକର ଘଟଣା ମାନ ଘଟିପାରେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି। ସୁଖ ମିଳିବ।

ତୁଳା: ଶତ୍ରୁର ଗତିବିଧି ଉପରେ ଅନୁଧ୍ୟାନ କରିବାକୁ ପଡ଼ିବ। ବନ୍ଧୁ ସହାୟତା ପାଇଁ ଶତ୍ରୁ ଉପରେ ବିଜୟ ହାସଲ କରିବେ ଓ ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ମିଳିବ। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ଋଣ ପରିଶୋଧ କରିପାରନ୍ତି।

ବିଛା: କାର୍ଯ୍ୟରେ ଅଗ୍ରସର ହେବା ପୂର୍ବରୁ ପରାମର୍ଶ ନେବାକୁ ପଡ଼ିବ। ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ଖବର ପାଇ ଅଧିକ ଉତ୍ସାହିତ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ଧନୁ: ଆପଣଙ୍କୁ କଠିନ ପରିଶ୍ରମର ମୂଲ୍ୟାଙ୍କନ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଗୃହ ପରିବେଶ ଉତ୍ତମମାନର ହେବ। ଯାନବାହନ ସୁଖ ମିଳିପାରେ। କୃଷିକ୍ଷେତରୁ ଲାଭବାନ୍‌ ହେବେ। ଉପଯୁକ୍ତ କର୍ମାନୁରକ୍ତ ହେବେ।

ମକର: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳ ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ସକ୍ଷମ ହେବେ।

କୁମ୍ଭ: ଜନ କଲ୍ୟାଣରେ ନିଜକୁ ନିୟୋଜିତ କରିପାରନ୍ତି। ତ୍ୟାଗପୁତ ମନୋବୃତ୍ତିର ହେବେ। ନୀତିନିଷ୍ଠ ଭାବେ ନିରବ ଭାବମୂର୍ତ୍ତି ବଜାୟ ରଖିବେ। ଆପଣଙ୍କ ପରାମର୍ଶ ଅନୁଷ୍ଠାନ ପାଇଁ ଉପାଦେୟ ହେବ। ବିବିଧ ଧନଯୁକ୍ତ ହେବେ। କୀର୍ତ୍ତିମାନ୍‌ ହେବେ।

ମୀନ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁଙ୍କ ଦ୍ବାରା ଉପକୃତ ହେବେ।

Comments are closed.