ସୋମବାର ରାଶିଫଳ ( ୧୫/୧୧/୨୦୨୧)

ମେଷ : ମୂଲ୍ୟବାନ୍‌ ଦ୍ରବ୍ୟ କିଣିବାରେ ଅଧିକ ବ୍ୟୟ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ଆଦରି ନେଇପାରନ୍ତି। ରାଜଯୋଗ ଅଛି। ସାହସୀ ଓ ଜ୍ଞାନୀ ହେବେ।

ବୃଷ : ଶ୍ରମ ସାର୍ଥକ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ।

ମିଥୁନ : କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ-ସଦ୍ଦିଚ୍ଛା ଭାବ ବଢ଼ିବ।

କର୍କଟ :  ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

ସିଂହ : ସାମାନ୍ୟ ଅସୁସ୍ଥ ଥାଇ ମଧ୍ୟ ଆମୋଦ ପ୍ରମୋଦ ମିଳିପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ନ କରିବା ଭଲ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ସତର୍କରେ ଚଳିବେ।

କନ୍ୟା : ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ମନ​ରେ‌ ଗର୍ବ ଭାବ ବହନ କରିପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିବେ।

ତୁଳା : ଶତ୍ରୁ ଉପଦ୍ରବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା :  କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ଧନୁ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ୍‌ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଉପରେ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମକର : ପରିଶ୍ରମର ମୂଲ୍ୟ ମିଳିବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି।

ମୀନ : ଆୟର ମାର୍ଗ ଉନ୍ମୁକ୍ତ ରହିଛି। ଐଶ୍ବର୍ଯ୍ୟାପ୍ରାପ୍ତିର ସୂଚନା ମିଳୁଛି। ରଣକ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବାର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।

Comments are closed.