ମଙ୍ଗଳବାର ରାଶିଫଳ (୧୬।୦୬। ୨୦୨୦) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By Amulya Last updated Jun 15, 2020 Share ମେଷ: ଶକ୍ତିମାନ୍ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଚିନ୍ତାଧାରା ଉନ୍ନତମାନର ହେବ। ସୁଖୀ ହେବେ। ବୃଷ: କର୍ମ ଚଞ୍ଚଳ ରହିବେ। କୌଶଳରେ ଶତ୍ରୁକୁ ବଶ କରିବେ। ଗଣିତଜ୍ଞ ହୋଇପାରନ୍ତି। ଧନ ସଂଗ୍ରହ ପାଇଁ ସମୟ ଓ ଶକ୍ତିର ବିନିଯୋଗ କରିପାରନ୍ତି। ଅଧିକ ଖର୍ଚ୍ଚାନ୍ତ ହେବେ। ମିଥୁନ: ଯୋଗାଯୋଗରେ ସଫଳତା ମିଳିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କ୍ରିୟାଶୀଳ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ତଥା ଯଶସ୍ବୀ ହେବେ। ଗୃହ ଓ ଯାନବାହନ ସୁଖ ମିଳିବ। କର୍କଟ: ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାରର ସଦସ୍ୟଙ୍କ ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ। ସିଂହ: କାର୍ଯ୍ୟରେ ସଫଳତା ଲାଭ କରିବେ। ଶିଳ୍ପୋଦ୍ୟୋଗୀ ହୋଇପାରନ୍ତି। ବିଳାସୀ ଓ ଭାଗ୍ୟଶାଳୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିଯୁକ୍ତ ହୋଇପାରନ୍ତି।ା ଉତ୍ତମ ସନ୍ତାନଯୁକ୍ତ ହେବେ। କନ୍ୟା: ମନସ୍କାମନାପୂର୍ଣ୍ଣ ହେବ। ସେବା-ପୂଜାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଉତ୍ତମ କାର୍ଯ୍ୟ କରି ଜନପ୍ରିୟ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ। Related Posts ଗତାନୁଗତିକ ଧାରାରୁ ବାହାରକୁ ଆସି ଆଧୁନିକ… Apr 23, 2021 ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ : ଭିଜନ୍… Apr 23, 2021 ତୁଳା: ଯୋଗାଯୋଗରେ ସଫଳତା ମିଳିବ। ଅବିବାହିତମାନଙ୍କର ମନୋରମା କନ୍ୟା ସହ ବିବାହ ସମ୍ବନ୍ଧ ସ୍ଥିର ହେବ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବାପନ୍ନ, ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ କଲ୍ୟାଣକାରୀ ହେବ। ବିଛା: ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ମିଳିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁହନ୍ତା ହେବାର ସୂଚନା ମିଳୁଛି। ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ବିଭିନ୍ନ ଦିଗରୁ ଅର୍ଥାଗମ ହେବ। ଉତ୍ତମ ଗୁଣଯୁକ୍ତ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ମକର: ମହୋତ୍ସବରେ ଯୋଗ ଦେଇପାରନ୍ତି। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। କୁମ୍ଭ: ବିବେକାନୁମୋଦିତ କାର୍ଯ୍ୟ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ପାଇବେ। ତପସ୍ବୀ ହୋଇପାରନ୍ତି। ବିବାଦରେ ବିଜୟୀ ହେବେ। ମୀନ: ପରିଶ୍ରମର ମୂଲ୍ୟାଙ୍କନ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ଦିଗରୁ ଧନାଗମ ହେବ। ବିତ୍ତଶାଳୀ ହେବେ। Share FacebookTwitterWhatsApp