ମଙ୍ଗଳବାର ରାଶିଫଳ (୧୬/୦୩/୨୦୨୧)

ମେଷ: ଆୟ ଆଶାନୁରୂପ ହୋଇପାରେ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

ବୃଷ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। କର୍ମଚଞ୍ଚଳ ରହିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଶୁଭକାର୍ଯ୍ୟ ବର୍ଜନୀୟ।

ମିଥୁନ: ରୋଜଗାର ଊଣା ହେବ ନାହିଁ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାରଙ୍କ କୃପାପାତ୍ର ହେବେ।

କର୍କଟ: ଶ୍ରମ ସାର୍ଥକ ହେବ। ଶୁଭ ସମାଚାର ମିଳିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ଶୁଭକାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।

ସିଂହ: ସେବା କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆନନ୍ଦ ଉପଭୋଗ କରିବେ।

କନ୍ୟା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇପାରେ। କେବଳ ସହଯୋଗୀ ବ୍ୟବସାୟରୁ କିଛିଟା ଲାଭ ମିଳିବ। ସ୍ୱାଭିମାନୀ ହୋଇପାରନ୍ତି। ଶୁଭକାର୍ଯ୍ୟ ବର୍ଜନୀୟ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ତୁଳା: ସୁଖ ସମ୍ଭୋଗର ସୁଯୋଗ ସୃଷ୍ଟି ହୋଇଛି। ବହୁ ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

ବିଛା: ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ଶୁଣି ଉତ୍‍ଫୁଲ୍ଲିତ ହେବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି। ଋଣ ପରିଶୋଧ କରିବେ।

ଧନୁ: ଅଧ୍ୟାପନା ପାଇଁ ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହୋଇପାରେ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।

ମକର: ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ। ପରିଶ୍ରମ ଯେତେ କଠିନ ହେଉପଛେ; ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ବାସଗୃହ ସ୍ୱାସ୍ଥ୍ୟ ଉପଯୋଗୀ ହେବ। ଯାନବାହନ ସୁଖ ମିଳିପାରେ। ଧନାଗମ ହେବ।

କୁମ୍ଭ: ଶ୍ରମ ସାର୍ଥକ ହେବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‍ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

ମୀନ: ସ୍ୱାଧୀନ ଚିନ୍ତାଧାରାରେ କିଛି କାର୍ଯ୍ୟ କରିବା କଷ୍ଟସାଧ୍ୟ ହେବ। ନୀତିନିଷ୍ଠ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବାର ସୁଯୋଗ ଅଛି। ଭାଗ୍ୟଶାଳୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶୁଭକାର୍ଯ୍ୟ କରିପାରନ୍ତି।

Comments are closed.