ସୋମବାର ରାଶିଫଳ (୧୯/୦୪/୨୦୨୧)

ମେଷ: ସମ୍ମାନିତ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଆତ୍ମ ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ବିବାଦୀୟ ପ୍ରତିଯୋଗିତାରେ ବିଜୟୀ ହେବେ।

ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ଭାଷା ଓ ବ୍ୟବହାର ଯୋଗୁଁ ଲୋକପ୍ରିୟତା ଅର୍ଜନ କରିପାରନ୍ତି।

ମିଥୁନ: ମିଥୁନ ସୁଖ- ସନ୍ତୋଷ ଉପଲବଧି ହେବ। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ପାରିବାରିକ ସୁଖ ମିଳିବ।

କର୍କଟ: କର୍ମଚଞ୍ଚଳ ରହିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ନିରୋଳାରେ ସମୟ ବିତାଇବାକୁ ଇଚ୍ଛାପ୍ରକାଶ କରିପାରନ୍ତି। ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି।

ସିଂହ: ଆମୋଦ ପ୍ରମୋଦରେ ସମୟ ବିତାଇ ପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି।

କନ୍ୟା: ଚୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ଉପରେ ସ୍ନେହ ସଦିଚ୍ଛା ଭାବ ରହିବ। ସରକାରଙ୍କ କୃପାପାତ୍ର ହେବେ।

ତୁଳା: ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ ହୋଇପାରେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା: ଖର୍ଚ୍ଚାନ୍ତ ହୋଇପାରନ୍ତି। ଥଣ୍ଡା କଫଜନିତ ସମସ୍ୟା ଦେଖା ଦେଇପାରେ। ଅଧିକ ଶ୍ରମ ସ୍ୱୀକାର କରିବାକୁ ପଡ଼ିଲେ ବି ତା’ର ମୂଲ୍ୟ ମିଳିବ। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ।

ଧନୁ: ସୁଖ ସମ୍ମାନ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅବିବାହିତଙ୍କର ବିବାହ ପ୍ରସ୍ତାବ ଧାର୍ଯ୍ୟ ହୋଇପାରେ।

ମକର: ବିଭିନ୍ନ ସ୍ତରରୁ ସାହାଯ୍ୟ ପ୍ରାପ୍ତ ହୋଇପାରନ୍ତି। ଚକ୍ଷୁରେ ସାମୟିକ ଭାବେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ରହିବେ। ବଳଶାଳୀ ହେବେ। ଶତ୍ରୁହନ୍ତା ହେବାର ସୂଚନା ମିଳୁଛି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

କୁମ୍ଭ: କର୍ମ ଚଞ୍ଚଳ ରହିବେ। ଅସାଧ୍ୟ ସାଧନ କରିବାର ପ୍ରୟାସ ଜାରି ରଖିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ଓ ଜ୍ୟୋତିଷ ଶାସ୍ତ୍ର ପ୍ରତି ରୁଚି ରହିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।

ମୀନ: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ଯାନବାହନ ସୁଖ ମିିଳିପାରେ।

Comments
Loading...