ମଙ୍ଗଳବାର ରାଶିଫଳ (୧୯/୧୦/୨୦୨୧)

ମେଷ : ସାଧନାର ପ୍ରଥମ ସୋପାନ ସ୍ବରୂପ ଏକାନ୍ତବାସକୁ ଇଚ୍ଛା କରିବେ। ଚଞ୍ଚଳ ସ୍ବଭାବର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି। ଜ୍ଞାନ-ଗରିମାଯୁକ୍ତ ହୋଇପାରନ୍ତି।

ବୃଷ : ସୁଖ-ସମ୍ମାନ ଲାଭ କରିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବାର ସମ୍ଭାବନା ରହିଛି।

ମିଥୁନ : କର୍ମଚଞ୍ଚଳ ରହିବେ। ଦୟାଳୁ ସ୍ବଭାବର ହେବେ। କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ଓ ସଦିଚ୍ଛାଭାବ ରହିବ।

କର୍କଟ : ସେବା-ପୂଜାରେ ମନୋନିବେଶ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

ସିଂହ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଉପଯୁକ୍ତ କର୍ମାନୁରକ୍ତ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

କନ୍ୟା : ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିୟୋଜିତ ହୋଇପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।

ତୁଳା : ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବା ସହ ସମ୍ମାନିତ ହୋଇପାରନ୍ତି।

ବିଛା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ଲାଭ ହେବ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ।

ଧନୁ : ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି।

ମକର : ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ହେବ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ।

କୁମ୍ଭ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ବିଦ୍ୟାପ୍ରେମୀ, ଶାନ୍ତିପ୍ରିୟ ହୋଇପାରନ୍ତି। ବ୍ୟବସାୟରୁ ଅଧିକ ଧନଲାଭ ହେବ। କୀର୍ତ୍ତିମାନ୍‌ ହେବେ। ଲକ୍ଷ୍ୟସ୍ଥଳରେ ଉପନୀତ ହୋଇପାରନ୍ତି।

ମୀନ : ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ବର୍ଯ୍ୟାଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ।

Comments are closed.