ଗୁରୁବାର ରାଶିଫଳ (୦୧/୧୨/୨୦୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By Samaja Digital (AH) Last updated Dec 1, 2022 Share ମେଷ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନ ପ୍ରାପ୍ତି ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ। ବୃଷ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ମିଥୁନ : ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। କର୍କଟ : ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। କଥାବାର୍ତ୍ତାରେ ବାଚାଳତା ଲକ୍ଷଣ ଦେଖାଦେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସିଂହ : ନିଜକୁ ସମାଜସେବାରେ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ଅହଂଭାବକୁ ସମର୍ପି ଦେଇପାରନ୍ତି। କନ୍ୟା : ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ମିତବ୍ୟୟୀ ହେବେ। Related Posts ଗୋପବନ୍ଧୁ ନର୍ସିଂ କଲେଜରେ ସରସ୍ୱତୀ ପୂଜା Jan 27, 2023 ଏବେବି ଛାଡିନି ମୋହ, ଲୁଚା ଛପାରେ ଚାଲିଛି… Jan 27, 2023 ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ବିଛା : ଉଦର ଚରିତଯୁକ୍ତ ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ବୁଦ୍ଧିମାନ୍ ହେବେ। ଧନୁ : ଗଭୀର ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ, ବିଦ୍ବାନ୍ ହେବେ। ସର୍ବତ୍ର ବିଜୟୀ ହେବେ। ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ୍ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ସମ୍ପନ୍ନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। କୁମ୍ଭ : ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ସୈନିକ ମନୋଭାବର ହୋଇପାରନ୍ତି। ପ୍ରୀତିଭୋଜନ ମିଳିପାରେ। ଚିନ୍ତାଧାରା ଉନ୍ନତମାନର ହେବ। ମୀନ : କର୍ମଚଞ୍ଚଳ ରହିବେ। ଏକାନ୍ତପ୍ରିୟ ହେବେ। ଭାଷା ମଧୁର ହେବ। ବ୍ୟବହାର ଭଦ୍ରୋଚିତ ହେବ। ରାଜଯୋଗ ଅଛି। ସ୍ବତନ୍ତ୍ର ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ଜ୍ଞାନୀ ହେବେ। Share FacebookTwitterWhatsApp
Comments are closed.