ଶନିବାର ରାଶିଫଳ ( ୦୧/୦୧/୨୦୨୨)

ଆଜି ନୂଆ ବର୍ଷରେ କେମିତି କଟିବ ଆପଣଙ୍କ ଦିନ

ମେଷ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସରକାରଙ୍କ ଅନୁଗ୍ରହରୁ ବହୁ ସମ୍ପଦ ଲାଭର ସୂଚନା ମିଳୁଛି। ସମ୍ମାନ ଯାନ-ବାହନାଦିରୁ ସୁଖ ଭୋଗ କରିବେ।

ବୃଷ :​‌ ସୁଖକର ଘଟଣା ଘଟିପାରେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପ୍ରୀତିଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।

ମିଥୁନ : ଭାଇ ଓ ବନ୍ଧୁଙ୍କ ସହାୟତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭ ଖବର ମିଳିପାରେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ଋଣ ପରିଶୋଧ କରିବେ।

କର୍କଟ : ବିଦ୍ୟାଭ୍ୟାସୀ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ବହୁ ସୁଖର ଅଧିକାରୀ ହେବେ। ଦ୍ବିଜ-ଦେବତାମାନଙ୍କଠାରୁ ଜ୍ଞାନ ପ୍ରାପ୍ତ ହେବେ। ସାଧୁମାନଙ୍କ କଲ୍ୟାଣରୁ ସମସ୍ତ ଅଭାବ ଅସୁବିଧା ଦୂର ହେବ।

ସିଂହ : ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। କୃଷି କର୍ମ ଲାଭଜନକ ହେବ। ଶାସ୍ତ୍ରାଭ୍ୟାସୀ ହେବେ। ବିନୀତ ସ୍ବଭାବ ସମ୍ପନ୍ନ ହୋଇପାରନ୍ତି। ସ୍ତ୍ରୀ ଧନ ହେତୁ ସୁଖୀ ହେବେ। ମନ୍ତ୍ରଣାଦାତା ହେବେ।

କନ୍ୟା : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ ହେବେ।

ତୁଳା : ତ୍ୟାଗଶୀଳ ହେବେ। ମତିମାନ୍‌ ହୋଇପାରନ୍ତି। ବିବିଧ ଧନର ଅଧିକାରୀ ହେବେ। ଚଞ୍ଚଳମନା ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ଅତିସୁଖୀ ସହିଷ୍ଣୁ ହୋଇପାରନ୍ତି। ସୁ-ପୁତ୍ର କିମ୍ବା ଉତ୍ତମ ପୁତ୍ର ଲାଭ ହେବ।

ବିଛା : ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ନୂଆ ବନ୍ଧୁ ଜୁଟିପାରନ୍ତି।

ଧନୁ : ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ଆତ୍ମସନ୍ତୋଷ ଲାଭ କରିବେ। ଯାତ୍ରା ଶୁଭପ୍ରଦ ହେବ। ବିବାଦରେ ବିଜୟୀ ହେବେ।

ମକର : ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରି କି ରାଜଦରବାରରୁ ସମ୍ମାନ ସହ ଅର୍ଥ ମିଳିବ।

କୁମ୍ଭ :  ସୁସମ୍ବାଦ ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ବିବାଦୀୟ ଘଟଣାରେ ବିଜୟଲାଭ କରିବେ।

ମୀନ : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Comments are closed.