ସୋମବାର ରାଶିଫଳ (୦୧/୦୬/୨୦୨୦)

ମେଷ: ମନରେ ଗର୍ବଭାବ ଆସିପାରେ। କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ।

ବୃଷ: ମନ ଚଞ୍ଚଳ ରହିବ। ଆକସ୍ମିକ ଧନଲାଭ ହୋଇପାରେ। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ତନ୍ତ୍ର-ମନ୍ତ୍ରାଦିଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।

ମିଥୁନ: ପରାମର୍ଶ ନେଇ କାର୍ଯ୍ୟ କରିବାକୁ ପଡ଼ିବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କୃଷି କାର୍ଯ୍ୟ ପାଇଁ ତତ୍ପର ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି।

କର୍କଟ: ଯାତ୍ରା ଶୁଭଦାୟକ ହେବ। କେତେକ କ୍ଷେତ୍ରରେ ଘଟିଥିବା ମନାନ୍ତରର ଅବସାନ ଘଟିବ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ।

ସିଂହ: ବିଭିନ୍ନ ଦିଗରୁ ଅର୍ଥାଗମ ହେବାର ସୂଚନା ମିଳୁଛି। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହେବେ। ବ୍ୟବସାୟରୁ ଅଧିକ ଧନଲାଭ ହେବାର ସୂଚନା ମିଳୁଛି।

କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟୀ ହେବେ ଓ ଧନ ପ୍ରାପ୍ତ ହେବେ। ବିଦ୍ୱାନ୍‍ ତଥା ଶାସ୍ତ୍ରଜ୍ଞ ହେବେ।

ତୁଳା: ବ୍ୟୟ ଅଧିକ ହେବାର ସୂଚନା ମିଳୁଛି। ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳମନା ହେବେ। ସାମୟିକ ଭାବେ ନିରୋଳା ସ୍ଥାନରେ ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁର ଭାଷାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ।

ବିଛା: ଧର୍ମ-ଧାରଣାରେ ନିଜକୁ ସାମିଲ କରିପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ଯାନବାହନ ସୁଖ ମିଳି ପାରେ।

ଧନୁ: ମନୋବାଞ୍ଛାପୂର୍ଣ୍ଣ ହେବ। ସୁଖ-ସମ୍ମାନ ଲାଭ କରିବେ। କୁଳ ଉଜ୍ଜ୍ୱଳକାରୀ ହେବେ। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସୁଖ ମିଳିବ।

ମକର: ଯାତ୍ରା ଫଳଦାୟକ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଭୋଗ-ବିଳାସରେ ସମୟ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

କୁମ୍ଭ: ଯାତ୍ରା ଯୋଗ ଥିଲେ ବି, ସ୍ଥଗିତ ରଖିବା ବୁଦ୍ଧିମାନର କାର୍ଯ୍ୟ ହେବ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସୁ ବିଦ୍ୟାଯୁକ୍ତ ଓ ତେଜୀୟାନ୍‍ ହେବେ।

ମୀନ: କର୍ମକ୍ଷେତ୍ରରୁ ଧନ ଅର୍ଜନ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

Comments are closed.