ଶନିବାର ରାଶିଫଳ (୨୦/୦୩/୨୦୨୦)

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଭାଷା ମଧୁର ଓ ହୃଦୟସ୍ପର୍ଶୀ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି।

ବୃଷ: ସୁଖ ସମ୍ମାନ ଲାଭ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଆୟ ଆଶାନୁରୂପ ହେବ। ଧନ ସମ୍ପଦ ଭରପୂର ରହିବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉନ୍ନତମାନର ହେବ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ସୁଖ ମିଳିବ।

ମିଥୁନ: ଭ୍ରମଣକାଳୀନ ବ୍ୟୟ ଅତ୍ୟଧିକ ହୋଇପାରେ। କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ନିରୋଳାରେ ସମୟ ବିତାଇବାକୁ ଆଗ୍ରହୀ ହେବେ। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ପାରଙ୍ଗମ ହେବେ।

କର୍କଟ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନପ୍ରାପ୍ତି ସହିତ ସମ୍ମାନିତ ହେବେ। ଗୃହ ସୁଖ ମିଳିପାରେ। ବାକ୍ୟ ପଟୁ ହେବେ। ବୁଦ୍ଧିମାନ୍‍ ହେବେ।

ସିଂହ: ସୁଖ ଭୋଗର ସୂଚନା ମିଳୁଛି। ବିଭିନ୍ନ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ମମତା ରହିବ।

କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସମ୍ମାନିତ ହେବେ।

ତୁଳା: ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶତ୍ରୁବିନାଶ କରିବାରେ ସିଦ୍ଧହସ୍ତ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନରେ ସତର୍କ ରହିବେ।

ବିଛା: ବ୍ୟବସାୟରୁ ଆଶାନୁରୂପ ଲାଭ ମିଳିବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ପ୍ରିୟ ବନ୍ଧୁଙ୍କ ସହାୟତା ପାଇ କର୍ମକ୍ଷେତ୍ରରେ ଶୀର୍ଷ ସ୍ଥାନକୁ ଯାଇପାରନ୍ତି।

ଧନୁ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁରେ ସାମୟିକ ଭାବେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିପାରନ୍ତି। ଜ୍ଞାନ ଗରିମା ବଳରେ ଶତ୍ରୁକୁ ପରାଜିତ କରିବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ।

ମକର: କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

କୁମ୍ଭ: ଉଦାର ମନୋଭାବର ହୋଇପାରନ୍ତି। ଦାନ ଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ କର୍ମଯୁକ୍ତ ହେବେ।

ମୀନ: ପ୍ରଭାବଶାଳୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଧାର୍ମିକ ପ୍ରବଣ ହୋଇପାରନ୍ତି। ବଚନ ମଧୁର ହେବ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।

Comments are closed.