ମଙ୍ଗଳବାର ରାଶିଫଳ(୨୧/୦୯/୨୦୨୧)

ମେଷ : ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ନାନା ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। ସୁସ୍ଥ ଓ ନିରାମୟ ରହିବେ। ଶୌର୍ଯ୍ୟଯୁକ୍ତ ହେବେ। ବିଶାଳ କୀର୍ତ୍ତି ଅର୍ଜନ କରିପାରନ୍ତି। ବୁଦ୍ଧିମାନ୍‌ ହେବେ।

ବୃଷ : ସୁ-ସମ୍ବାଦ ପାଇ ଭାବବିହ୍ବଳ ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।

ମିଥୁନ : ଶୁଭ ଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ।

କର୍କଟ : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିବେ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ଲୋକସମ୍ପର୍କ ବୃଦ୍ଧି ହେବ।

ସିଂହ : ନାନା ବିଭବରେ ମଣ୍ଡିତ ହୋଇପାରନ୍ତି। ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। ପାରିବାରିକ ଅଶାନ୍ତି ଦେଖାଦେଇ ପାରେ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

କନ୍ୟା : ଦିନ ଭିତରେ ଯାହା ଘଟଣା ଘଟିବ, ତାହା ସୁଖକର ହେବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନ ପାଇ ଆନନ୍ଦ ଉପଭୋଗ କରିବେ। ଦାମ୍ପତ୍ୟ ସୁଖ ମିଳିବ।

ତୁଳା :  ସରକାରୀ କାର୍ଯ୍ୟରେ ଦକ୍ଷତା ପ୍ରତିପାଦନ କରିପାରନ୍ତି। ଧନବାନ୍‌ ହେବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

ବିଛା : ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହୋଇପାରନ୍ତି। ବ୍ୟବସାୟାଦି ଏବଂ ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଖୁସି ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ଧନୁ : କୃଷି କାର୍ଯ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ଯାନବାହନ ସୁଖ ମିଳିବ। ଶୁଦ୍ଧ ସ୍ବଭାବ ସମ୍ପନ୍ନ ଓ ପୁଣ୍ୟବାନ୍‌ ହୋଇପାରନ୍ତି। ଜନବଲ୍ଲଭ ଭାବେ ପରିଗଣିତ ହେବେ। ଶ୍ରମ ସାର୍ଥକ ହେବ। ସୁଶୀଳ ହେବେ।

ମକର : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ନିର୍ବିଘ୍ନରେ ସମ୍ପାଦନ କରିପାରନ୍ତି। ଦେବଦର୍ଶନ ଲାଭର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହୋଇପାରେ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

କୁମ୍ଭ : ତ୍ୟାଗଶୀଳ ହେବେ। ନୀତିଜ୍ଞ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। କର୍ମଚଞ୍ଚଳ ରହିବେ। ଅତି ସୁଖୀ ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ହୃଷ୍ଟଚିତ୍ତ ହେବେ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ।

ମୀନ : ରୋଜଗାର ଊଣା ହେବ ନାହିଁ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

Comments are closed.