ସୋମବାର ରାଶିଫଳ (୨୨/୦୨/୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By ସମାଜ ଡେସ୍କ Last updated Feb 22, 2021 Share ମେଷ: ଉତ୍ସାହିତ ହୋଇ କାର୍ଯ୍ୟ ସଂପାଦନ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ବୃଷ: ଭାଗ୍ୟଶାଳୀ ହେବେ। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ବ୍ୟବସାୟରୁ ଅଧିକ ଧନ ପ୍ରାପ୍ତିର ସୂଚନା ମିଳୁଛି। ମିଥୁନ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଊଣା ହେବ ନାହିଁ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧକ୍ଷେତ୍ରରେ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ପ୍ରିୟ ଲୋକଙ୍କୁ ଭେଟିବେ। କର୍କଟ: କର୍ମଚଞ୍ଚଳ ରହିବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ, ଜ୍ଞାନ ଗରିମାଯୁକ୍ତ ହେବେ। ସିଂହ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଗୃହ ସୁଖ ଓ ଯାନବାହନ ସୁଖ ମିଳିବ। କନ୍ୟା: କୁଳ ପ୍ରଧାନ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହୋଇପାରେ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ। ଘାତଚନ୍ଦ୍ର ଯୋଗୁଁ ସତର୍କ ହେବେ। Related Posts ସାଇବର ଠକେଇ ପାଇଁ ‘ସ୍ବତନ୍ତ୍ର କଲ୍ ସେଣ୍ଟର’ Feb 26, 2021 ଜୋତା ପଲିସ୍ କଲେ ଓୟୁଏଟି ଛାତ୍ରଛାତ୍ରୀ Feb 26, 2021 ତୁଳା: ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନ ସୁଯୋଗ ମିଳିବ। ବିଛା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜାଗ୍ରତ ଈର୍ଷା ଭାବକୁ ପ୍ରଶମିତ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରାକୁ ନିଷେଧ କରାଯାଇଛି। ଅର୍ଥାଭାବ ହେବ। ଧନୁ: ବହୁ ମିତ୍ରଙ୍କ ସାନ୍ନିଧ୍ୟ ଓ ସହଯୋଗ ପାଇ ଭାବବିହ୍ବଳ ହୋଇପାରନ୍ତି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିପାରେ। ସମାଜସେବା କ୍ଷେତ୍ରରେ ଯୋଗଦାନ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ବିପଦ ସମୟରେ ପତ୍ନୀ ପତନ ମୁଖରୁ ରକ୍ଷା କରିବେ। ମକର: ଲୋଭଗ୍ରସ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ। କୁମ୍ଭ: ଚଞ୍ଚଳ ଚେଷ୍ଟିତ ହେବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଧାର୍ମିକ, ତେଜସ୍ବୀ ଓ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମୀନ: କଳହମୁକ୍ତ ରହିବାକୁ ଆପ୍ରାଣ ଉଦ୍ୟମ କରିପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। Horoscope 22nd feb 2021odia news Share FacebookTwitterWhatsApp