ଗୁରୁବାର ରାଶିଫଳ(୨୪/୦୯/୨୦୨୦)

ମେଷ: ଧାର୍ମିକ ଭାବନାରେ ନିମଜ୍ଜି ପାରନ୍ତି। ସେବା ମନୋଭାବର ହେବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ।
ବୃଷ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶତ୍ରୁ ବିଜୟୀ ହେବେ। ସାମାନ୍ୟ ଶରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ମିଥୁନ: ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭଜନକ ହେବ। ସେବକ ମନୋଭାବର ହୋଇପାରନ୍ତି। ସାମୟିକ ଭାବେ ନିଜର ଦକ୍ଷତା ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କର୍କଟ: ଆସୁଥିବା ସୁଯୋଗକୁ ହାତଛଡ଼ା ନ କରିବା ଭଲ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ଲାଭ ମିଳିବ।
କନ୍ୟା: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯଶସ୍ୱୀ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
Related Posts