ଶନିବାର ରାଶିଫଳ (୨୫/୦୪/୨୦୨୦)
ମେଷ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ବିକଶିତ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିପାରେ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଶରୀର ସୁସ୍ଥ ରହିବ। ମୋକଦ୍ଦମାରେ ବିଜୟୀ ହେବେ। ଧନପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ସୁଖ ମିଳିବ।
ମିଥୁନ: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଗତିରୋଧର ସମ୍ମୁଖୀନ ହେବାର ସୂଚନା ମିଳୁଛି। ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି। ଚଞ୍ଚଳମନା ହେବେ। ଚକ୍ଷୁରେ ଯନ୍ତ୍ରଣା ଉପୁଜି ପାରେ। ମଧୁରଭାଷାରେ ପରକୁ ନିଜର କରିବେ।
କର୍କଟ: ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଗୃହ ସୁଖ ସହିତ ଯାନବାହନ ସୁଖ ମିଳିପାରେ।
ସିଂହ: କୁଳ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ରହିବ।
କନ୍ୟା: ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଶିଳ୍ପୋଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆୟ ବୃଦ୍ଧି ହେବ।
Related Posts