ଶୁକ୍ରବାର ରାଶିଫଳ (୨୬। ୬। ୨୦୨୦)

ମେଷ: ଅଧ୍ୟୟନପୂର୍ବକ ନିଜକୁ ପ୍ରସ୍ତୁତ ରଖିବାକୁ ପଡ଼ିବ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ସମାଚାର ପାଇ ଆଶ୍ବସ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନ ସୁଖ ମିଳିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ବୃଷ: ମନ ପ୍ରଫୁଲ୍ଲ ରହିବ। କଳହଠାରୁ ନିଜକୁ ଦୂରେଇ ରଖିପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଧନପ୍ରାପ୍ତିର ସୁଯୋଗ ଅଛି। ରସିକ ହେବେ। କଥାବାର୍ତ୍ତାରେ ଅସ୍ଥିରତା ଦେଖା ଦେବ।

ମିଥୁନ: ବିବାଦୀୟ ଘଟଣାରେ ବିଜୟୀ ହେବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଠାକୁରଙ୍କ ଦର୍ଶନ ଲାଭ କରିପାରନ୍ତି। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

କର୍କଟ: ନୃତ୍ୟ-ସଙ୍ଗୀତପ୍ରିୟ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଧର୍ମମାର୍ଗରେ ମନୋନିବେଶ କରିବେ। ଲୋଭହୀନ ହେବେ। ନୀତିନିଷ୍ଠ ଭାବେ ମାନ୍ୟତା ପ୍ରାପ୍ତ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ସିଂହ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ।

କନ୍ୟା: କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବହୁବିଧ ଧନ ସୁଖ ସନ୍ତୋଷ ସବୁ କିଛି ମିଳିବ। ଉତ୍ତମଗୁଣ ସମ୍ପନ୍ନ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି।

ତୁଳା: କାର୍ଯ୍ୟର ପୂର୍ଣ୍ଣାଙ୍ଗ ରୂପ-ରେଖ ଦେଇପାରନ୍ତି। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ।

ବିଛା: ଶୁଭ ସମାଚାର ମିଳିପାରେ। କର୍ମକ୍ଷେତ୍ର ଉଳମୟ କରିପାରନ୍ତି। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଉତ୍ତମ ବଂଶରୁ କନ୍ୟା ସହ ବହୁଧନ ପ୍ରାପ୍ତ ହେବେ।

ଧନୁ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପାଇ ତା’ର ସଦ୍‌ବ୍ୟବହାର କରିବେ। ଜନସାଧାରଣଙ୍କ କଲ୍ୟାଣଭାଜନ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

ମକର: ମନୋରଥ ପୂରଣ ହେବ। ବହୁବିଦ୍ୟା ପାରଙ୍ଗମ ହେବେ। ଯଶସ୍ବୀ ହେବେ। ନିର୍ଭୟରେ କାର୍ଯ୍ୟ କରି ଚାଲିବେ; ମାତ୍ର ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନରୁ ପତନ ସହି କରିପାରନ୍ତି।

କୁମ୍ଭ: ଅପାରଗ ହସ୍ତରୁ କାର୍ଯ୍ୟ ଛଡ଼ାଇ ଆଣି ନିଜେ ସେହି କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ସଂପାଦନ କରି ଆତ୍ମତୃପ୍ତି ଲାଭ କରିବେ।

ମୀନ: ପ୍ରଭୂତ ବିତ୍ତର ଅଧିକାରୀ ହୋଇପାରନ୍ତି। ସୁନ୍ଦର ଓ ମୂଲ୍ୟବାନ୍‌ ବସ୍ତୁ ଲାଭର ସୂଚନା ମିଳୁଛି। ବିଭିନ୍ନ ଦିଗରୁ ସହଯୋଗ ପାଇ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଦିନଟି ଶୁଭଙ୍କର। ଋଣ ପରିଶୋଧ କରିପାରନ୍ତି।

Comments are closed.