ମଙ୍ଗଳବାର ରାଶିଫଳ(୨୬/୦୫/୨୦୨୦)

ମେଷ: ଦ୍ୱିଜା ନକ୍ଷତ୍ର ଜାତବ୍ୟକ୍ତିଙ୍କ ମନ ପ୍ରସନ୍ନ ରହିବ। ଭାଷାବିତ୍‍ ହେବେ। ପ୍ରେମୀ ଓ ସାହସୀ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ଅଶ୍ୱିନୀ ଓ କୃତ୍ତିକା ନକ୍ଷତ୍ର ଜାତବ୍ୟକ୍ତିର ସମାନ୍ୟ ଶୁଭଫଳ। 

ବୃଷ: ରୋହିଣୀ ନକ୍ଷତ୍ର ଜାତବ୍ୟକ୍ତି ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ସପତ୍ନୀକ ରହିବେ। କୃତ୍ତିକା ଓ ମୃଗଶିରା ନକ୍ଷତ୍ରର ସାମାନ୍ୟ ଶୁଭଫଳ। 

ମିଥୁନ: ଆର୍ଦ୍ରା ନକ୍ଷତ୍ର ଜାତବ୍ୟକ୍ତି ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ମୃଗଶିରା ଓ ପୁନର୍ବସୁର ସାମାନ୍ୟ ଶୁଭ।

କର୍କଟ: ପୁଷ୍ୟା ଓ ଅଶ୍ଳେଷା ନକ୍ଷତ୍ର ଜାତବ୍ୟକ୍ତି ଜଣେ ମଧୁରଭାଷୀ ବ୍ୟକ୍ତିଭାବେ ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବା ଆଶା କରାଯାଏ। ପୁନର୍ବସୁ ନକ୍ଷତ୍ର ଜାତ ବ୍ୟକ୍ତିଙ୍କ ଚକ୍ଷୁପୀଡ଼ା ଉପୁଜି ପାରେ।

ସିଂହ: ପୂର୍ବ ଫାଲ୍‍ଗୁନୀ ନକ୍ଷତ୍ର ଜାତବ୍ୟକ୍ତି ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ମଘା ଓ ଉତ୍ତରାଫାଲ୍‍ଗୁନୀ ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ ଫଳ।

କନ୍ୟା: ହସ୍ତା ନକ୍ଷତ୍ର ଜାତବ୍ୟକ୍ତି ସରକାରୀ କୃପା ଲାଭ କରିପାରନ୍ତି। କୀର୍ତ୍ତିମାନ୍‍ ହେବେ। ବ୍ୟବସାୟ ଲାଭଜନକ ହେବ। ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ। ମନ ପ୍ରସନ୍ନ ରହିବ। ଉତ୍ତରା ଫାଲ୍‍ଗୁନୀ ଓ ଚିତ୍ରା ନକ୍ଷତ୍ରର ସାମାନ୍ୟ ଶୁଭଫଳ।

ତୁଳା: ସ୍ପାତୀ ନକ୍ଷତ୍ର ଜାତବ୍ୟକ୍ତି ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସାହସୀ ହେବେ। ଚିତ୍ରା ଓ ବିଶାଖା ନକ୍ଷତ୍ରର ସାମାନ୍ୟ ଶୁଭଫଳ।

ବିଛା: ଅନୁରାଧା ଓ ​‌େ​‌ଜ୍ୟଷ୍ଠା ନକ୍ଷତ୍ର ଜାତବ୍ୟକ୍ତି ସ୍ୱାଭିମାନୀ ହେବେ। ଭାଗୁଆଳି ବ୍ୟବସାୟରୁ ଲାଭ ମିଳିବ। ସାମାଜିକ କ୍ଷେତ୍ରରେ ଜନସାଧାରଣଙ୍କ ଆଦରଣୀୟ ହେବେ। ବିଶାଖା ନକ୍ଷତ୍ର ଜାତ ବ୍ୟକ୍ତି ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।

ଧନୁ: ପୂର୍ବାଷାଢ଼ା ନକ୍ଷତ୍ର ଜାତବ୍ୟକ୍ତିଙ୍କର ବ୍ୟବସାୟ ଲାଭଜନକ ହେବ। ସେବା କ୍ଷେତ୍ରରେ ନିଜକୁ ସାମିଲ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଫଳଦାୟକ ହେବ। ମୁଳା ଓ ଉତ୍ତରାଷାଢ଼ା ନକ୍ଷତ୍ର ଜାତବ୍ୟକ୍ତି ଅହଂକାରୀ ହୋଇପାରନ୍ତି।

ମକର: ଶ୍ରବଣା ନକ୍ଷତ୍ର ଜାତବ୍ୟକ୍ତିଙ୍କର ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ। ଉତ୍ତରାଷାଢ଼ା ଓ ଧନିଷ୍ଠାର ସାମାନ୍ୟ ଶୁଭଫଳ।

କୁମ୍ଭ: ଶତଭିକ୍ଷା ଜାତବ୍ୟକ୍ତି କର୍ମକ୍ଷେତ୍ରରେ ସଦା-ସର୍ବଦା ଚଳ-ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭର ସୁନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧନିଷ୍ଠା ଓ ପୂର୍ବଭାଦ୍ର ନକ୍ଷତ୍ରର ସାମାନ୍ୟ ଶୁଭଫଳ।

ମୀନ: ଉତ୍ତରା ଭାଦ୍ର ଓ ରେବତୀ ନକ୍ଷତ୍ର ଜାତ ବ୍ୟକ୍ତି ଉଦାର ସ୍ୱଭାବ ଓ ଦାନଶୀଳ ହେବେ। ଆଦର୍ଶବାଦୀ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। କୃଷିକର୍ମକାରୀ ହେବେ। ପୂର୍ବଭାଦ୍ରର ସାମାନ୍ୟ ଶୁଭଫଳ।

Comments are closed.