ମଙ୍ଗଳବାର ରାଶିଫଳ(୨୭/୦୪/୨୦୨୧)

ମେଷ : ବନ୍ଧୁ ମିଳନରେ ସାମାଜିକ ସ୍ଥିତି ସୁଦୃଢ଼ ହେବ। ବ୍ୟବସାୟ ଲାଭଜନକ ହେବ। ସେବା କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ସହଯୋଗ ପାଇ ଢ଼େର ଉନ୍ନତି କରିବେ।
ବୃଷ : ଶତ୍ରୁମାନେ ଆପଣଙ୍କର ଅନିଷ୍ଟ କରିବା ପାଇଁ ଉଦ୍ୟମ କରିବେ। ଭାଇମାନଙ୍କର ସହଯୋଗ ମିଳିବ। ଶତ୍ରୁ ଦମନ କରିବାରେ ପାରଙ୍ଗମ ହେବେ। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚାକିରିରେ ସ୍ବନାମ ଧନ୍ୟ ହେବେ।
ମିଥୁନ : ମନ ଚଞ୍ଚଳ ରହିବ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ। ସୁସ୍ଥ ରହିବେ।
କର୍କଟ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ସୁସ୍ଥ ଓ ନୀରୋଗ ଶରୀରଯୁକ୍ତ ହୋଇପାରନ୍ତି। କୃଷିରୁ ଲାଭବାନ୍ ହେବେ। ପ୍ରେମୀ ଓ ବୁଦ୍ଧିମାନ ହୋଇ ପାରନ୍ତି। ଯାନବାହନ ସୁଖ ମିଳିପାରେ।
ସିଂହ : ଶୁଭ ଖବର ପାଇ ଭାବବିହ୍ୱଳ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଉପୁଜିପାରେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଆଦର ମିଳିବ।
କନ୍ୟା : ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ମଧୁର କଥାରେ ଶତ୍ରୁର ମନଜିଣି ପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହେବ।
Related Posts
Comments are closed.