ଶନିବାର ରାଶିଫଳ (୨୭/୦୨/୨୦୨୧)

ମେଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ।

ବୃଷ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକ୍ଷେତରୁ ଲାଭବାନ୍‍ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯଶସ୍ୱୀ ଓ କୀର୍ତ୍ତିମାନ୍‍ ହେବେ।

ମିଥୁନ: ବିଭିନ୍ନ କ୍ଷେତ୍ରରେ ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ।

କର୍କଟ: ପରମ ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ଠାରୁ ସହଯୋଗ ପାଇ କୃତଜ୍ଞ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।

ସିଂହ: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଆୟ ବୃଦ୍ଧିର ସୂଚନା ମିଳୁଛି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି। ଜ୍ଞାନ ଗରିମାଯୁକ୍ତ ହେବେ। ସାହସୀ ହେବେ।

ତୁଳା: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ।

ବିଛା: କର୍ତ୍ତବ୍ୟ ପାଳନ କରି ପ୍ରଶଂସାର ପାତ୍ର ହେବେ। କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ଧନୁ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନର ସୁଯୋଗ ମିଳିପାରେ।

ମକର: ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସତର୍କ ନ ରହିଲେ ଶତ୍ରୁମାନଙ୍କ ଦ୍ୱାରା କ୍ଷତି ହୋଇପାରେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

କୁମ୍ଭ: ଆଶାବାଦୀ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ।

ମୀନ: ପ୍ରଥମେ ଅବସ୍ଥା ଅନୁଧ୍ୟାନ କରି ପରେ କାର୍ଯ୍ୟ କଲେ ସଫଳକାମ ହେବେ। ବଦଖର୍ଚ୍ଚୀ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

Comments are closed.