ମଙ୍ଗଳବାର ରାଶିଫଳ (୨୭/୦୭/୨୦୨୧)

ମେଷ : ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ବୃଷ : ଆଳସ୍ୟ ପରାୟଣ ହେଲେ ବି ସୌଭାଗ୍ୟଶାଳୀ ହେବେ। ସୌଭାଗ୍ୟଶାଳୀ ହେବେ। ବିଳାସୀ ହୋଇପାରନ୍ତି। ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନୀ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

ମିଥୁନ : ପରିସ୍ଥିତିରେ ପଡ଼ି ଈର୍ଷାପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭବାନ୍‌ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

କର୍କଟ : ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି। ବନ୍ଧୁଙ୍କ ସହାୟତା ମିଳିବ। ସୁବର୍ଣ୍ଣାଦି ଧାତୁ ଦ୍ରବ୍ୟ ମିଳିପାରେ।

ସିଂହ : କର୍ମକ୍ଷେତ୍ର ଅଧିକ ଉତ୍ସାହଜନକ ହେବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେ​‌େ​‌ବ।

କନ୍ୟା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ବିଶେଷ ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ତୁଳା : ଉଦାର ପ୍ରକୃତିର ହୋଇପାରନ୍ତି। ଧର୍ମକୁ ଆଦରି ନେଇ ସୁଖ ଅନୁଭବ କରିବେ। ବ୍ୟକ୍ତିତ୍ବର ବିକାଶ ଘଟିବ। ସୁସ୍ଥ ଓ ନିରାମୟ ରହିବେ। କୃଷି ଉପରେ ଗୁରୁତ୍ବ ଦେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ।

ବିଛା : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁର କଥାରେ ଜନ-ମନ-ବଶ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର-ସମ୍ମାନ ମିଳିବ। ଧାର୍ମିକ ଓ ବିଦ୍ବାନ ହେବେ।

ଧନୁ : ଦକ୍ଷତାର ବିକାଶ ଘଟିବ। ପ୍ରଶଂସିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସୁଖ ମିଳିବ।

ମକର : ଆଶା ଫଳବତୀ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୌଭାଗ୍ୟ ଉଦୟ ହୋଇଛି। ସୈନିକମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଧନ-ସମ୍ପଦ ଭରପୂର ରହିବ। ବିଦ୍ବାନ ହେବେ।

କୁମ୍ଭ : ସୁଖ-ସନ୍ତୋଷ ଲାଭ କରିବେ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ଅଧସ୍ତନଙ୍କ ମନ କିଣି କାର୍ଯ୍ୟ ହାସଲ କରିବେ। ସାବାସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଧର୍ମ କାର୍ଯ୍ୟରେ ଧନବ୍ୟୟ କରିବେ।

ମୀନ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନପ୍ରାପ୍ତି ସହ ସମ୍ମାନିତ ହେବେ। ଗୃହ ଓ ଯାନ-ବାହନ ସୁଖ ମିଳିବ।

Comments are closed.