ସୋମବାର ରାଶିଫଳ (୨୭/୦୯/୨୦୨୧)

ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଶାନ୍ତିପ୍ରିୟ, ମଧୁରଭାଷୀ, ସହନଶୀଳ, ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।

ବୃଷ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଉତ୍ତମ ମାନଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୁଯୋଗ ଅଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ-ସମ୍ପଦ ଭରପୂର ରହିବ।

ମିଥୁନ : ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତପ୍ରିୟ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଦେଖାଦେଇ ପାରେ। ଥଣ୍ଡାକଫରେ ସାମାନ୍ୟ କ୍ଲେଶ ଅନୁଭବ କରିବେ। ମଧୁର କଥାରେ ଶତ୍ରୁକୁ ବଶ କରିପାରନ୍ତି।

କର୍କଟ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ସିଂହ : କର୍ତ୍ତବ୍ୟନିଷ୍ଠ ହେବେ। କୁଳଉଳକାରୀ ହୋଇପାରନ୍ତି। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି।

କନ୍ୟା : ସେବା ମନୋଭାବର ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ  ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା : ଅସୁସ୍ଥତା ଯୋଗୁଁ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ବିଛା : ବନ୍ଧୁମିଳନ ଶୁଭଦାୟକ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି।

ଧନୁ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‌ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ଶୁଭକାର୍ଯ୍ୟ ନ କରିବା ଭଲ।

ମକର : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପ୍ରାପ୍ତିର ସୂଚନା ମିଳୁଛି। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।

କୁମ୍ଭ : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କୃଷି ଉପରେ ଗୁରୁତ୍ବ ଦେବେ। ଲୋକଙ୍କ ପ୍ରତି ଆଦର, ସ୍ନେହଭାବ ରହିବ।

ମୀନ : କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ।

Comments
Loading...