ଗୁରୁବାର ରାଶିଫଳ (୨୮/୧୦/୨୦୨୧)

ମେଷ :  ଉଦାର ପ୍ରକୃତିର ଓ ଦାନଶୀଳ ହେବା ଆଶା କରାଯାଏ। ଆଦର୍ଶ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ରହିବେ। କୃଷି କାର୍ଯ୍ୟକୁ ଗୁରୁତ୍ବ ଦେବେ। ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ। ପ୍ରେମୀ ଓ ବୁଦ୍ଧିମାନ ହେବେ।

ବୃଷ : କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷାର ମାଧୁରିମା ଅନ୍ୟଙ୍କୁ ମୋହିତ କରିପାରେ। ପ୍ରେମୀ ଓ ସାହସୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ।

ମିଥୁନ : ପରମ ସୌଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

କର୍କଟ : ସୁଖ-ସମ୍ମାନ ଲାଭ କରିବେ। ବଳଶାଳୀ ହେବେ। ଐଶ୍ବର୍ଯ୍ୟାପ୍ରାପ୍ତି ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ।

ସିଂହ : କର୍ମଚଞ୍ଚଳ ରହିବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିବେ। ସାଧନାର ପ୍ରଥମ ସୋପାନ ସ୍ବରୂପ ଏକାନ୍ତ ପ୍ରିୟ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବେ।

କନ୍ୟା : ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ତୁଳା : ସୁଖ-ସମ୍ମାନ ମିଳିବ। କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବେ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ବିଛା : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସ ଓ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ସୁସ୍ଥ ଓ ନିରାମୟ ରହିବେ।

ଧନୁ : ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନିଷେଧ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

ମକର : ସୁଖ-ସନ୍ତୋଷ ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି।

କୁମ୍ଭ : କାର୍ଯ୍ୟରେ ସଫଳତା ଲାଭ କରିବେ। ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ମୀନ : ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ମନ୍ତ୍ର-ତନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ।

Comments are closed.