ସୋମବାର ରାଶିଫଳ (୨୮/୦୯/୨୦୨୦)

ମେଷ: ଯାତ୍ରାପଥରେ ସତର୍କତା ଆବଶ୍ୟକ। ଆୟ ଆଶାନୁରୂପ ହେବ। ଶୁଭଖବର ପାଇ ପ୍ରଫୁଲ୍ଲିତ ହେବେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।
ବୃଷ: ଯାତ୍ରା ଫଳଦାୟକ ହେବ। କାର୍ଯ୍ୟରେ ସିଦ୍ଧିପ୍ରାପ୍ତ ହେବେ। କର୍ମକ୍ଷେତ୍ରକୁ ଚଳଚଞ୍ଚଳ କରିପାରନ୍ତି। କୌଶଳ ପୂର୍ବକ ଅଧିକ କ୍ଷମତା ହାସଲ କରି; ତା’ର ସଦ୍‍ବ୍ୟବହାର କରିପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ମିଥୁନ: ଶ୍ରେଷ୍ଠ କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଶାରୀରିକ କ୍ଲେଶ ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତିରେ ନିଅଣ୍ଟିିଆ ପରିସ୍ଥିତି ସୃଷ୍ଟି ହୋଇପାରେ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ସ୍ୱାଭିମାନୀ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
କର୍କଟ: ବନ୍ଧୁ ମିଳନ ଆପଣଙ୍କ ପାଇଁ ଶୁଭଦାୟକ ହେବ। ବହୁ ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ବିଶେଷ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ରୁଚିକର ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି।
ସିଂହ: ଶକ୍ତି ପ୍ରୟୋଗ କରି କାର୍ଯ୍ୟ ହାସଲ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ।
କନ୍ୟା: ଅଧିକ ଜ୍ଞାନ ଅର୍ଜନ ପାଇଁ ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ପ୍ରଫୁଲ୍ଲିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ତୁଳା: ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ପରିଶ୍ରମ ଯେତେ ଅଧିକ ହେଉନା କାହିଁକି; ତା’ର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିବେ। ଗୃହ ପରିବେଶ ଉତ୍ତମ ରହିବ।
ବିଛା: ବିଶୃଙ୍ଖଳିତ କାର୍ଯ୍ୟକୁ ଶୃଙ୍ଖଳିତ କରିବାରେ ସିଦ୍ଧହସ୍ତ ହେବେ। ବାଦ ବିବାଦରେ ବିଜୟୀ ହେବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦିଅଁ ଦର୍ଶନର ସୌଭାଗ୍ୟ ଉଦୟ ହୋଇଛି।
ଧନୁ: କଠିନ ପରିଶ୍ରମର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ତା’ର ମୂଲ୍ୟ ମିଳିବ। ବିଭିନ୍ନ ସ୍ତରରୁ ଧନାଗମ ହେବ। କେତେକ ହୃଦୟ ବିଦାରକ ଦୃଶ୍ୟ ଦେଖି ଦୟାର୍ଦ୍ର ଚିତ୍ତ ହୋଇପାରନ୍ତି। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ।
ମକର: ଯାତ୍ରା ଶୁଭଦାୟକ ହେବ। ଭଲ ଆୟ ହେବ। ଲୋଭଗ୍ରସ୍ତ ହୋଇପାରନ୍ତି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ନୂଆବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।
କୁମ୍ଭ: ବିବାଦୀୟ ବିତର୍କକୁ ନାପସନ୍ଦ କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅକାତରେ ବ୍ୟୟ କରିପାରନ୍ତି। ନୀତିନିଷ୍ଠ ଭାବେ କାର୍ଯ୍ୟ ପରିଚାଳନା କରିବେ। ଶୁଭଖବର ପାଇ ଖୁସି ହେବେ। ମଧୁରଭାଷା ବ୍ୟବହାର କରି ଅଧସ୍ତନଙ୍କୁ ଖୁସି କରିପାରନ୍ତି।
ମୀନ: ବିବାଦୀୟ ଘଟଣାର ସମାଧାନ କରିବାର ସୁଯୋଗ ମିଳିପାରେ। ରୋଜଗାର ଊଣା ହେବ ନାହିଁ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସରକାରୀ କୃପା ମିଳିବ।

Comments are closed.